ଦିନକ ପରେ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ

ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ସରୁଛି ପ୍ରଚାର

ଦିନକ ପରେ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ । ଏଥିପାଇଁ ଆଜି ସରୁଛି ପ୍ରଚାର । ଶେଷଦିନରେ ତିନି ପ୍ରମୁଖ ଦଳ ପ୍ରଚାରକୁ ଜୋରଦାର କରିବେ । ଦ୍ୱିତୀୟ ପର୍ୟ୍ୟାୟରେ ପ୍ରଦୀପ ପୁରୋହିତ, ସଙ୍ଗୀତା ସିଂଦେଓ, ଜୁଏଲ ଓରାମ, ଅଚ୍ୟୁତ ସାମନ୍ତ, ବିକ୍ରମ କେଶରୀ ଆରୁଖ, ସୁଶାନ୍ତ ସିଂ, କଳିକେଶ ସିଂଦେଓ, ନିରଂଜନ ପୂଜାରୀ, ପଦ୍ମନାଭ ବେହେରା, ପ୍ରଦୀପ ଅମାତଙ୍କ ଭଳି ହେଭିୱେଟ ଅଛନ୍ତି । ଦ୍ୱିତୀୟ ପର୍ୟ୍ୟାୟରେ ୫ ସଂସଦୀୟ କ୍ଷେତ୍ର ଏବଂ ତତ୍‌ଅଧୀନରେ ଆସୁଥିବା ୩୫ ଆସନରେ ମତଦାନ ହେବ ।
ସେପଟେ ଦେଶରେ ପଞ୍ଚମ ପର୍ୟ୍ୟାୟ ନିର୍ବାଚନ ଲାଗି ଆଜି ସରୁଛି ପ୍ରଚାର । ଆସନ୍ତା ୨୦ ତାରିଖରେ ହେବ ଭୋଟ୍‌ ଗ୍ରହଣ । ତେଣୁ ଆଜି ଶେଷ ଦିନରେ ପ୍ରଚାର କାର୍ୟ୍ୟକୁ ଜୋରଦାର କରିବେ ବିଭିନ୍ନ ରାଜନୈତିକ ଦଳ । ୮ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୪୯ଟି ଲୋକସଭା ସିଟ୍ ପାଇଁ ୫ମ ପର୍ୟ୍ୟାୟରେ ହେବ ମତଦାନ । ଏହି ପର୍ୟ୍ୟାୟରେ ମୋଟ ୬୯୫ ଜଣ ପ୍ରାର୍ଥୀ ସେମାନଙ୍କ ଭାଗ୍ୟ ପରୀକ୍ଷା କରିବେ । ବିହାରର ୫ ଆସନ, ଜାମ୍ମୁ ଓ କାଶ୍ମୀରର ୧, ଝାଡ଼ଖଣ୍ଡର ୩, ଲଦାଖର ୧, ମହାରାଷ୍ଟ୍ରର ୧୩, ଉତ୍ତରପ୍ରଦେଶର ୧୪ ଆସନ, ପଶ୍ଚିମବଙ୍ଗର ୭ ଆସନ ସମେତ ଓଡ଼ିଶାର ୫ ଆସନରେ ମତଦାନ ହେବ । ଏହି ପର୍ୟ୍ୟାୟରେ ହେଭିୱେଟଙ୍କ ମଧ୍ୟରେ ରହିଛନ୍ତି, ଉତ୍ତର ମୁମ୍ବାଇରୁ କେନ୍ଦ୍ରମନ୍ତ୍ରୀ ପିୟୁଷ ଗୋଏଲ, ମୁମ୍ବାଇ ନର୍ଥ ସେଣ୍ଟ୍ରାଲରୁ ବିଜେପି ପ୍ରାର୍ଥୀ ଉଜ୍ଜଳ ନିକମ, କଂଗ୍ରେସ ପ୍ରାର୍ଥୀ ରାହୁଲ ଗାନ୍ଧୀ, ବିଜେପିର ରାଜନାଥ ସିଂ, ସ୍ମୃତି ଇରାନୀ ଭଳି ହେଭିୱେଟ୍‌ ନେତା ।