ଓଡ଼ିଶା ଆସୁଛନ୍ତି ମୋଦି-ରାଜନାଥ

ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆଜି ତୃତୀୟ ଥର ପାଇଁ ପ୍ରଚାରରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ସନ୍ଧ୍ୟାରେ ଭୁବନେଶ୍ୱରରେ ପହଞ୍ଚିବେ । ଆସନ୍ତାକାଲି ସକାଳେ ମହାପ୍ରଭୁଙ୍କ ଦର୍ଶନ କରିବା ପରେ ସକାଳ ୮ଟାରେ ରୋଡ ସୋ’ କରିବେ ମୋଦି। ତାପରେ ଅନୁଗୁଳ ଠାରେ ସକାଳ ୯ଟା ୩୦ରେ ବିରାଟ ଜନ ସଭା କରିବା ସହ କଟକରେ ଦିନ ସାଢ଼େ ୧୧ଟାରେ କରିବେ ଜନ ସମାବେଶ। ସେହିପରି ଆଜି ଓଡ଼ିଶା ଆସିବେ କେନ୍ଦ୍ର ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ । ଓଡ଼ିଶାରେ ପହଞ୍ଚିବା ପରେ ରେଢ଼ାଖୋଲ, ପାଟଣା ଏବଂ ଖୋର୍ଦ୍ଧାରେ ସାଧାରଣ ସଭାରେ ଯୋଗ ଦେବେ ରାଜନାଥ ।