ଆସନ୍ତାକାଲି ଭୋଟ ଗଣତି

କଡ଼ା ସୁରକ୍ଷାରେ ଷ୍ଟ୍ରଙ୍ଗ ରୁମ

ଆସନ୍ତାକାଲି ଭୋଟ ଗଣତି। ସାମନାକୁ ଆସିବ ନେତାଙ୍କ ଭାଗ୍ୟ ପରୀକ୍ଷାର ଫଳ। କାହାକୁ ଜନତା ମୁକୁଟ ପିନ୍ଧାଇବେ ଓ କାହାର ଆଶା ଆଶାରେ ରହିଯିବ ତାହା କାଲି ସ୍ପଷ୍ଟ ହୋଇଯିବ । ଏହା ପୂର୍ବରୁ ରାଜ୍ୟର ୬୯ଟି ସ୍ଥାନରେ ଷ୍ଟ୍ରଙ୍ଗ ରୁମରେ କଡ଼ା ସୁରକ୍ଷାରେ ରହିଛି ଇଭିଏମ୍ ଓ ଭିଭିପାଟ୍। ଷ୍ଟ୍ରଙ୍ଗରୁମ୍ ଚାରିପଟେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ସିସିଟିଭି ସର୍ଭେଲାନ୍ସ ଅଧୀନରେ ରହିଛି ଷ୍ଟ୍ରଙ୍ଗ ରୁମ୍। ଷ୍ଟ୍ରଙ୍ଗ ରୁମ୍ ବାହାରେ ଦିନ ରାତି ପଇଁତରା ମାରୁଛନ୍ତି ପୁଲିସ ।

ଭୁବନେଶ୍ୱର ବିଜେବି କଲେଜରେ ହୋଇଥିବା ଷ୍ଟ୍ରଙ୍ଗରୁମରେ କଡା ସୁରକ୍ଷା ବଳୟରେ ରହିଛି ଇଭିଏମ। ଉଭୟ CAPF ଓ ଷ୍ଟେଟ୍ ଆର୍ମଡ଼ ପୁଲିସ ସହ କମିଶନରେଟ ପୋଲିସ ଷ୍ଟ୍ରଙ୍ଗ ରୁମ ଦାୟିତ୍ୱରେ ରହିଛନ୍ତି।ସେପଟେ ରାଜ୍ୟରେ ନିର୍ବାଚନ ପରବର୍ତ୍ତୀ ଆଇନଶୃଙ୍ଖଳା ବଜାୟ ରଖିବାକୁ ଗୁରୁତ୍ୱ ଦେଇଛନ୍ତି ନିର୍ବାଚନ କମିଶନ। ଜୁନ୍ ୬ ପର୍ଯ୍ୟନ୍ତ ଓଡ଼ିଶାରେ ମୁତୟନ ରହିବେ ଅଧିକ ୭୦ କମ୍ପାନୀ CAPF। ଷ୍ଟ୍ରଙ୍ଗରୁମ୍, କାଉଣ୍ଟିଂ ସେଣ୍ଟରରେ ୨୫ କମ୍ପାନୀ ମୁତୟନ ନେଇ ନିଷ୍ପତ୍ତି ହୋଇଥିଲା। ତେବେ ନିର୍ବାଚନ ପରବର୍ତ୍ତୀ ଆଇନଶୃଙ୍ଖଳାକୁ ଦେଖି ଅଧିକ CAPF ମୁତୟନ ନିଷ୍ପତ୍ତି ନିଆଯାଇଛି।