ରଥଯାତ୍ରାରେ ପୁରୀ ଆସିବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ରଥଯାତ୍ରାକୁ ଆସିବେ ରାଷ୍ଟ୍ରପତି

ରଥଯାତ୍ରାରେ ପୁରୀ ଆସିବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଜୁଲାଇ ୬ ତାରିଖରେ ୪ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି। ଏହି ସମୟରେ ରାଷ୍ଟ୍ରପତିଙ୍କର ପୁରୀ  ଓ ଭୁବନେଶ୍ୱରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବାର ରହିଛି। ୬ ତାରିଖରେ ରାଷ୍ଟ୍ରପତି ଭୁବନେଶ୍ୱରରେ ପହଞ୍ଚିବା ପରେ  ସଂଧ୍ୟାରେ ରାଷ୍ଟ୍ରପତି ଉତ୍କଳମଣିଙ୍କ ୯୬ତମ ଶ୍ରାଦ୍ଧବାର୍ଷିକୀରେ ଯୋଗଦେବେ। ୭ ତାରିଖରେ ପୁରୀ ଗସ୍ତରେ ଯିବେ। ଶ୍ରୀଜିଉଙ୍କୁ ଦର୍ଶନ କରିବା ସହ ରଥଯାତ୍ରାରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ସେହିପରି ୮ ତାରିଖରେ ଖଣ୍ଡଗିରି, ଉଦୟଗିରି ପରିଦର୍ଶନ ଯିବେ ରାଷ୍ଟ୍ରପତି। ୮ ତାରିଖ ଅପରାହ୍ନରେ ଡିଭାଇନ୍‌ ରିଟ୍ରିଟ୍‌ ସେଣ୍ଟର ଉଦ୍‌ଘାଟନ କରିବେ ରାଷ୍ଟ୍ରପତି। ୯ ତାରିଖ ପୂର୍ବାହ୍ନରେ ନାଇଜର୍‌ କାର୍ଯ୍ୟକ୍ରମରେ ଯୋଗ ଦେବେ। ସେହିଦିନ ଅପରାହ୍ନରେ ରାଷ୍ଟ୍ରପତି ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ