ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ରଥଯାତ୍ରାରେ ଚାଲିବ ୩୧୫ ସ୍ୱତନ୍ତ୍ର ଟ୍ରେନ୍

ରଥଯାତ୍ରାରେ ଚାଲିବ ୩୧୫ ସ୍ୱତନ୍ତ୍ର ଟ୍ରେନ୍। ଗତ ବର୍ଷ ଅପେକ୍ଷା ଏଥର ଅଧିକ ଟ୍ରେନ୍ ଚାଲିବ। ଆଜି ଏନେଇ ସୂଚନା ଦେଇ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ଦିଲ୍ଲୀ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଭେଟିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସମେତ ଦୁଇ ଉପମୁଖ୍ୟମନ୍ତ୍ରୀ ରେଳ ମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ପରେ ରେଳ ମନ୍ତ୍ରୀ ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ ନେଇ ସୂଚନା ଦେଇଛନ୍ତି। ତାସହ ଏଥର ରଥଯାତ୍ରାରେ ଅଧିକ ବ୍ୟବସ୍ଥା ହେବ। ୧୫ ହଜାର ଯାତ୍ରୀ ପୁରୀ ଷ୍ଟେସନରେ ରହଣୀ ନେଇ ବି ବ୍ୟବସ୍ଥା ହେବ ବୋଲି ସେ ଦୋହରାଇଛନ୍ତି।