ଖୁବଶୀଘ୍ର ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର

‘ଖୁବଶୀଘ୍ର ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର’

ଖୁବଶୀଘ୍ର ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ଏବଂ ଗଣତି ହେବ । ଯଦି କିଛି ଗଡ଼ବଡ଼ ହୋଇଥାଏ ଦୋଷୀକୁ ଦଣ୍ଡ ବିଧାନ କରାଯିବ ବୋଲି ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ବିଜେପି ସମ୍ବର୍ଦ୍ଧନା ସଭାରେ କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପାତାଳରେ ଥିଲେ ବି ଦୋଷୀଙ୍କୁ ଖୋଜି ବାହାର କରି ଦଣ୍ଡବିଧାନ କରାଯିବ । ସେହିପରି ସେପ୍ଟେମ୍ବର ୧୭ ତାରିଖରେ ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ରାଜ୍ୟରେ ସୁଭଦ୍ରା ଯୋଜନାରେ ମହିଳାଙ୍କୁ ୫୦ ହଜାର ଟଙ୍କାର ଭାଉଚର ପ୍ରଦାନ କରାଯିବ ବୋଲି କହିଛନ୍ତି ମୋହନ ଚରଣ ମାଝୀ ।

ସୂଚନା ଅନୁସାରେ ଆଜି ରାଜ୍ୟର ନବ ନିର୍ବାଚିତ ସମସ୍ତ ବିଜେପି ବିଧାୟକ, ସାଂସଦ ଏବଂ କେନ୍ଦ୍ରମନ୍ତ୍ରୀମାନଙ୍କୁ ସମ୍ବର୍ଦ୍ଧିତ କରିଛି ବିଜେପି। ଆୟୋଜିତ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଦୁଇ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଓ ପ୍ରଭାତି ପରିଡାଙ୍କ ସହ କେନ୍ଦ୍ରମନ୍ତ୍ରୀ ଉପସ୍ଥିତ ଥିଲେ । ସମ୍ବର୍ଦ୍ଧନା ଉତ୍ସବ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ମନ୍ କୀ ବାତ ଶୁଣିଥିଲେ ସମସ୍ତ ବିଜେପି କର୍ମକର୍ତ୍ତା ।