ଝାରଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହେମନ୍ତ
ପୁଣିଥରେ ଝାରଖଣ୍ଡର ମୁଖ୍ୟମନ୍ତ୍ରୀ ହୋଇଛନ୍ତି ହେମନ୍ତ ସୋରେନ। ଆଜି ସେ ରାଜ୍ୟର ୧୩ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ଗୁରୁବାର ଅପରାହ୍ନରେ ରାଜ୍ୟପାଳ ସିପି ରାଧାକ୍ରିଷ୍ଣନନ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ହେମନ୍ତ ସୋରେନ ନିକଟରେ ଜେଲରୁ ଜାମିନରୁ ବାହାରିଛନ୍ତି। ଜାନୁଆରୀ ୩୧ରେ ତାଙ୍କୁ ଜମି ଦୁର୍ନୀତି ମାମଲାରେ ଇଡି ଗିରଫ କରିବା ପରେ ସେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ। ଏହାପରେ ଜେଏମଏମର ବରିଷ୍ଠ ନେତା ଚମ୍ପାଇ ସୋରେନ ଝାରଖଣ୍ଡର ମୁଖ୍ୟମନ୍ତ୍ରୀ ହୋଇଥିଲେ। କିନ୍ତୁ ୫ ମାସ ପରେ ହେମନ୍ତ ଜେଲରୁ ମୁକୁଳିବାରୁ ଚମ୍ପାଇ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ। ଆଜି ହେମନ୍ତ ସୋରେନ ପୁଣି ଝାରଖଣ୍ଡର ମୁଖ୍ୟମନ୍ତ୍ରୀ ହୋଇଛନ୍ତି।
