ବଦଳିଲା କାଳିଆ ଯୋଜନାର ନାମ

କାଳିଆ ଯୋଜନା ହେଲା ସିଏମ୍ କିଷାନ ଯୋଜନା

ଓଡ଼ିଶାରେ ଚାଷୀମାନଙ୍କ ପାଇଁ ଆସିଲା ନୂଆ ଯୋଜନା ସିଏମ୍‌ କିଷାନ । ଏହି ଯୋଜନା ପାଇଁ ବଜେଟ୍‌ରେ ୧୯୩୫ କୋଟି ବ୍ୟୟବରାଦ କରାଯାଇଛି । ବଜେଟରେ ଚାଷୀଙ୍କ ପାଇଁ ସମୃଦ୍ଧ କୃଷକ ଯୋଜନା ମଧ୍ୟ ଘୋଷଣା କରାଯାଇଛି । ସମୃଦ୍ଧ କୃଷକ ଯୋଜନା ପାଇଁ ୫ ହଜାର କୋଟି ବ୍ୟୟବରାଦ ହୋଇଛି । ସେହିପରି ଶ୍ରୀଅନ୍ନ ଅଭିଯାନ ପାଇଁ ୬୪୯ କୋଟି ବ୍ୟୟବରାଦ କରାଯାଇଛି ।

ସେପଟେ କୃଷି ପାଇଁ ପୂର୍ବ ବର୍ଷ ତୁଳନାରେ ବଜେଟ ଆକାର ବଢ଼ିଲା । ଗତବର୍ଷ କୃଷି ବଜେଟ ଥିଲା ୨୪, ୮୨୯ କୋଟି । ଚଳିତ ବର୍ଷ କୃଷି ବଜେଟ ପରିମାଣ ୩୩, ୯୧୯ କୋଟି କରିଛନ୍ତି ମୋହନ ସରକାର । ସେପଟେ ଧାନ କୁଇଣ୍ଟାଲ ପିଛା ୩୧ଶହ ଟଙ୍କାରେ କିଣାଯିବ । ବଜେଟ ଉପସ୍ଥାପନ ବେଳେ ମୁଖ୍ୟମନ୍ତ୍ରୀ ଏଭଳି ସୂଚନା ଦେଇଛନ୍ତି। ଧାର୍ଯ୍ୟ MSPଠାରୁ ୮ଶହ ଟଙ୍କା ଅଧିକ ଦିଆଯିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

Leave a Reply

Your email address will not be published. Required fields are marked *