ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ସ୍ବାଧିକାର ଭଙ୍ଗ ନୋଟିସ୍‌ ଆଣିଲା କଂଗ୍ରେସ

ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ସ୍ବାଧିକାର ଭଙ୍ଗ ନୋଟିସ୍‌

ଗୃହରେ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ସ୍ବାଧିକାର ଭଙ୍ଗ ନୋଟିସ ଆଣିଲା କଂଗ୍ରେସ । ଶୂନ୍ୟକାଳରେ ଏହି ନୋଟିସକୁ ବାଚସ୍ପତି ଗ୍ରହଣ କରିବାପରେ ଆଲୋଚନା ହୋଇଛି । ଅଗ୍ନିବୀର ସଂରକ୍ଷଣ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣାକୁ ମୁକେଶ ମହାଲିଙ୍ଗ ପଢ଼ିବା ବେଳେ ହଟ୍ଟଗୋଳ ହୋଇଥିଲା । ଅଗ୍ନିବୀର ସଂରକ୍ଷଣ ଓ ୫ ବର୍ଷ ବୟସ ସୀମା କୋହଳ ଘୋଷଣା ନେଇ ଗୃହ ଭିତରେ ଉଭୟ ବିଜେଡି ଓ କଂଗ୍ରେସ ପକ୍ଷରୁ ହୋହଲ୍ଲା କରାଯାଇଛି । ଗୃହ ଚାଲିଥିବା ବେଳେ ମୁଖ୍ୟମନ୍ତ୍ରୀ କାହିଁକି ବାହାରେ ଘୋଷଣା କଲେ ବୋଲି ପ୍ରଶ୍ନ କରିଛନ୍ତି କଂଗ୍ରେସ ବିଧାୟକ ତାରା ବହିନୀପତି । ସେପଟେ ତାରାଙ୍କ ବିରୋଧରେ ପାଲଟା ସ୍ୱାଧୀକାର ଭଙ୍ଗ ନୋଟିସ ଆଣିଛନ୍ତି ବିଜେପି ବିଧାୟକ ଇରାଶିଷ ଆଚାର୍ଯ୍ୟ । କଂଗ୍ରେସ ସ୍ବାଧିକାର ନୋଟିସ୍‌ ଆଣିବ କିପରି ଗଣମାଧ୍ୟମକୁ ଆସିଲା । ବାଚସ୍ପତିଙ୍କ ବିନା ଅନୁମତିରେ କିପରି ପ୍ରକାଶ ପାଇଲା ବୋଲି ଇରାଶିଷ ଆଚାର୍ଯ୍ୟ ପ୍ରଶ୍ନ କରିଛନ୍ତି।ସୂଚନା ଅନୁସାରେ ଗତ ୨୬ ତାରିଖରେ ଗୃହ ଚାଲିଥିବା ବେଳେ ଅଗ୍ନିବୀରଙ୍କ ପାଇଁ ଚାକିରିରେ ୧୦ ପ୍ରତିଶତ ସଂରକ୍ଷଣ ଓ ବୟସ କୋହଳ ନେଇ ମୁଖ୍ୟମନ୍ତ୍ରୀ ଗୃହ ବାହାରେ ଘୋଷଣା କରିଥିଲେ ।

Leave a Reply

Your email address will not be published. Required fields are marked *