‘ହାଇକୋର୍ଟ ବେଞ୍ଚ ସରକାରଙ୍କ ବିଚାରାଧୀନ’
ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ସରକାରଙ୍କ ବିଚାରାଧୀନ ଅଛି । ଗୃହରେ ସ୍ପଷ୍ଟୀକରଣ ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଲୋକଙ୍କୁ ତ୍ବରିତ ନ୍ୟାୟ ଦେବାକୁ ସରକାର ପ୍ରତିଶ୍ରୁତିବଦ୍ଧ । କାଲି ହାଇକୋର୍ଟ ବେଞ୍ଚ ପ୍ରସଙ୍ଗରେ ଭିନ୍ନ ବିବୃତ୍ତି ରଖିଥିଲେ ମୁଖ୍ୟମନ୍ତ୍ରୀ । ସୁପ୍ରିମକୋର୍ଟଙ୍କ ରାୟ ଅନୁଯାୟୀ ବେଞ୍ଚର ଯଥାର୍ଥତା ନାହିଁ କହିଥିଲେ । ରାଜ୍ୟରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ନେଇ ଏବେ କୌଣସି ପ୍ରସ୍ତାବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଧାନସଭାରେ ସ୍ପଷ୍ଟ କରିଥିଲେ ଅଣତାରକା ପ୍ରଶ୍ନରେ ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂଦେଓ ପ୍ରଶ୍ନ କରିଥଲେ ଯେ, ବଲାଙ୍ଗୀରରେ ଓଡ଼ିଶା ହାଇକୋର୍ଟର ସର୍କିଟ ବେଞ୍ଚ ପ୍ରତିଷ୍ଠା ପାଇଁ ସରକାରଙ୍କ ପ୍ରସ୍ତାବ ଅଛି କି ଏବଂ ଏ ଦିଗରେ କଣ ପଦକ୍ଷେପ ନିଆଯାଇଛି? କଳିକେଶଙ୍କ ପ୍ରଶ୍ନର ଉତ୍ତରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଲେଖୁଲେ ସୁପ୍ରିମକୋର୍ଟଙ୍କ ଦ୍ବାରା ଏ ସଂକ୍ରାନ୍ତରେ ଆସିଥିବା ରାୟ ଅନୁଯାୟୀ ଓଡ଼ିଶାର କୌଣସି ସ୍ଥାନରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ହେବାର ଯଥାର୍ଥତା ନାହିଁ । ହେଲେ ଆଜି କିନ୍ତୁ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ପ୍ରସଙ୍ଗ ସରକାରଙ୍କ ବିଚାରଧୀନ ଅଛି।