ଓଡ଼ିଶା ଉପକୂଳ ଅତିକ୍ରମ କଲା ଗଭୀର ଅବପାତ

ଭୀଷଣ ବର୍ଷା ନେଇ ୧୦ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

ବଙ୍ଗୋପସାଗରରେ ଆଗକୁ ବଢୁଛି ଗଭୀର ଅବପାତ । ଓଡ଼ିଶା ଉପକୂଳର ପୁରୀ ନିକଟରେ ଏହା ଅତିକ୍ରମ କରିଛି । ସକାଳ ସାଢ଼େ ୧୦ଟାରୁ ସାଢ଼େ ୧୧ଟା ଭିତରେ ପୁରୀ ନିକଟରେ ସ୍ଥଳଭାଗ ଅତିକ୍ରମ କରିଛି ଡିପ୍ ଡିପ୍ରେସନ୍ । ଏନେଇ ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଗଭୀର ଅବପାତ ପ୍ରଭାବରେ ଆଜି ସାରା ରାଜ୍ୟରେ ଭୀଷଣ ବର୍ଷା ହେବ। ଅତି ଭୀଷଣ ବର୍ଷା ସମ୍ଭାବନା ଥିବା ୧୦ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହି ଜିଲ୍ଲାଗୁଡ଼ିକ ହେଲା ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ବଲାଙ୍ଗିର, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି । ରେଡ୍ ୱାର୍ଣ୍ଣିଂ ଜିଲ୍ଲାର କିଛି ସ୍ଥାନରେ ୨୦ ସେଣ୍ଟିମିଟରରୁ ଅଧିକ ବର୍ଷା ହୋଇପାରେ ।ସେହିପରି ୧୨ ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଦିଆଯାଇଛି ଅରେଞ୍ଜ ୱାର୍ଣ୍ଣିଂ । ବାକି ୮ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ୟେଲୋ ସତର୍କତା ଜାରି କରିଛି । ଆଜି ସନ୍ଧ୍ୟା ଯାଏ ଶକ୍ତିଶାଳୀ ହୋଇ ଆଗକୁ ବଢ଼ିବ ଡିପ୍ ଡିପ୍ରେସନ୍ । ମଧ୍ୟରାତ୍ରିରେ ଦୁର୍ବଳ ପଡ଼ିପାରେ । ତେବେ ପରବର୍ତ୍ତୀ ୨୪ ଘଣ୍ଟାରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଛତିଶଗଡ଼ ଆଡକୁ ଗତି କରିବ। ସମୁଦ୍ର ଅଶାନ୍ତ ରହିଛି। ଏଥିପାଇଁ ୧୧ ତାରିଖ ଯାଏ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ବାରଣ କରାଯାଇଛି ।

Leave a Reply

Your email address will not be published. Required fields are marked *