ଭରତପୁର ଥାନା ମାମଲା: କାଲି ଗୁଜରାଟ ଯିବ କ୍ରଇମବ୍ରାଞ୍ଚ

କାଲି ଗୁଜରାଟ ଯିବ କ୍ରଇମବ୍ରାଞ୍ଚ

ଭୁବନେଶ୍ୱରର ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କ ସମେତ ୫ ପୁଲିସ ଅଧିକାରୀଙ୍କର ହେବ ପଲିଗ୍ରାଫ ଟେଷ୍ଟ। ଏଥିନିମନ୍ତେ ସେମାନଙ୍କୁ ଧରି ଆସନ୍ତାକାଲି ଗୁଜରାଟ ଯିବ କ୍ରାଇମବ୍ରାଞ୍ଚ ଟିମ୍‌। ସୋମବାର ଭରତପୁର ଥାନାର ନିଲମ୍ୱିତ ଥାନା ଅଧିକାରୀ ଦୀନକୃଷ୍ଣ ମିଶ୍ରଙ୍କର ପଲିଗ୍ରାଫ, ବ୍ରେନ୍ ମ୍ୟାପିଂ ଓ ନାର୍କୋ ଟେଷ୍ଟ କରାଯିବ । ଏଥିସହ ଅନ୍ୟ ୪ଜଣ ପୁଲିସ ଅଧିକାରୀଙ୍କର ମଧ୍ୟ ଗୁଜରାଟରେ ପଲିଗ୍ରାଫ ଟେଷ୍ଟ କରାଯିବ । ଟେଷ୍ଟ ରିପୋର୍ଟ ଆସିବା ପରେ ପୁଲିସ କେତେ ସତ କହୁଛି ତାହା ଉପରୁ ପରଦା ହଟିବ । ପୂର୍ବରୁ ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ର ଙ୍କ ପଲିଗ୍ରାଫ, ବ୍ରେନ୍ ମ୍ୟାପିଂ ଓ ନାର୍କୋ ଟେଷ୍ଟ ନିମନ୍ତେ ଭୁବନେଶ୍ୱର ଏସ୍‌ଡିଜେଏମ୍ କୋର୍ଟ ଅନୁମତି ପ୍ରଦାନ କରି ସାରିଛନ୍ତି । ଏହାପରେ ଅନ୍ୟ ୪ ଜଣଙ୍କ ପଲିଗ୍ରାଫ ଟେଷ୍ଟ ନିମନ୍ତେ ଗତକାଲି କ୍ରାଇମବ୍ରାଞ୍ଚ ପକ୍ଷରୁ କୋର୍ଟରେ ଆବେଦନ ହୋଇଥିଲା। ଏଥିନିମନ୍ତେ ମଧ୍ୟ ଗତକାଲି ଅନୁମତି ମିଳିସାରିଛି।

Leave a Reply

Your email address will not be published. Required fields are marked *