ବଢ଼ିଲା ସାମ୍ବାଦିକ ବୀମା ରାଶି ପରିମାଣ

ରାଜ୍ୟରେ ଉପକୃତ ହେବେ ୮୭୧୭ ସାମ୍ବାଦିକ

କାର୍ଯ୍ୟରତ ସାମ୍ବାଦିକମାନଙ୍କ ପାଇଁ କାର୍ଯ୍ୟକାରୀ ହୋଇଥିବା ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନାରେ ବୀମା ରାଶିର ପରିମାଣ ଦୁଇ ଲକ୍ଷ ଟଙ୍କାରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯିବା ବିଷୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଏହା ଦ୍ୱାରା ରାଜ୍ୟର ୮୭୧୭ କାର୍ଯ୍ୟରତ ସାମ୍ବାଦିକ ଓ ତାଙ୍କ ପରିବାର ଉପକୃତ ହେବେ। ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନାରେ କାର୍ଯ୍ୟରତ ସାମ୍ବାଦିକ ଓ ତାଙ୍କ ପରିବାରକୁ ଦୁଇ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ମିଳୁଥିଲା। ବର୍ତ୍ତମାନ ଏହା ପାଞ୍ଚ ଲକ୍ଷ ଟଙ୍କାକୁ ବୃଦ୍ଧି ପାଇବା ଦ୍ୱାରା ସାମ୍ବାଦିକ ଓ ତାଙ୍କ ପରିବାର ଉନ୍ନତ ଚିକିତ୍ସା ସେବା ପାଇ ପାରିବେ।