୧୫ ତାରିଖରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇ ପାରନ୍ତି ନାୟବ ସିଂହ ସୈନି

୧୫ରେ ଶପଥ ନେବେ ନାୟବ ସିଂହ ସୈନି!

ଅକ୍ଟୋବର ୧୫ ତାରିଖରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇ ପାରନ୍ତି ନାୟବ ସିଂହ ସୈନି । ସେ ତୃତୀୟ ଥର ପାଇଁ ହରିୟାଣାର ମୁଖ୍ୟମନ୍ତ୍ରୀ ହେବେ ଏବଂ ରାଜ୍ୟର ଦ୍ୱାଦଶ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ସରକାର ଗଠନ କରିବାକୁ ଯାଉଛନ୍ତି । ଅକ୍ଟୋବର ୮ରେ ନିର୍ବାଚନ ଫଳାଫଳା ଘୋଷଣା ହୋଇଥିଲା । ଯେଉଁଥିରେ ବହୁମତରେ ବିଜୟ ଲାଭ କରିଛି ବିଜେପି । ଏହା ପରେ ବିଧାୟକଦଳ ବୈଠକରେ ନାୟବ ସିଂହ ସୈନି ପୁଣି ଥରେ ମୁଖ୍ୟମନ୍ତ୍ରୀ ହେବା ନେଇ ନିଷ୍ପତ୍ତି ନିଆଯାଇଥିଲା। ଅକ୍ଟୋବର ୧୫ରେ ସେ ମୁଖ୍ୟମନ୍ତ୍ରୀଙ୍କ ଭାବେ ଶପଥ ନେବା ନେଇପାରନ୍ତି ବୋଲି ଚର୍ଚ୍ଚା ହେଉଛି । ନିର୍ବାଚନରେ ବିଜୟ ହେବା ପରେ ନାୟବ ସିଂହ ସୈନି ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତିଙ୍କୁ ଭେଟିଥିଲେ । ମୁଖ୍ୟମନ୍ତ୍ରୀ ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ଦଳର ବରିଷ୍ଠ ନେତା ମଧ୍ୟ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ହେଲେ ଏନେଇ ବର୍ତ୍ତମାନ କୌଣସି ସ୍ପଷ୍ଟ ସୂଚନା ମିଳିପାରି ନାହିଁ ।