ଆଜି ସନ୍ଧ୍ୟାରୁ ଉପକୂଳବର୍ତ୍ତୀ ଜିଲ୍ଲାରେ ପ୍ରବଳ ବର୍ଷିବ !
ପୁଣି ବାତ୍ୟାକୁ ନେଇ ବଡ଼ ସୂଚନା । ଆଜି ସନ୍ଧ୍ୟା ପରଠୁ ଉପକୂଳବର୍ତ୍ତୀ ଜିଲ୍ଲାରେ ପ୍ରବଳ ବର୍ଷିବ ନେଇ ସୂଚନା । ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବରରେ ପ୍ରବଳ ବର୍ଷା ହୋଇପାରେ । ୨୫ରେ ମଧ୍ୟ ବର୍ଷାର ପ୍ରଭାବ ରହିବ, ୨୬ରୁ କମିବ ବର୍ଷା । ଏନେଇ ସୂଚନା ଦେଇଛନ୍ତି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ । ଅନ୍ୟପଟେ ଭିତରକନିକା-ଧାମରା ଭିତରେ ଲ୍ୟାଣ୍ଡଫଲ୍ କରିପାରେ ବାତ୍ୟା । ବାତ୍ୟା ‘ଦାନା’ ପାଇଁ ବନ୍ଦରରେ ୪ନଂ ବିପଦ ସଂକେତ ରହିଛି । ପାରାଦୀପ, ଧାମରା ଓ ପୁରୀ ବନ୍ଦରକୁ ୪ନଂ ବିପଦ ସଂକେତ ଦିଆଯାଇଛି । ଏନେଇ ସୂଚନା ଦେଇଛନ୍ତି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ । ବଙ୍ଗୋପସାଗରରୁ ବଳ ଗୋଟାଇ ଆଗକୁ ବଢୁଛି ଗଭୀର ଅବପାତ। ଆଜି ସୃଷ୍ଟି ହେବ ବାତ୍ୟା, କାଲି ଭୀଷଣ ରୂପ ନେବ। ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳକୁ ବାତ୍ୟା ନେଇ ୟେଲୋ ଆଲର୍ଟ ଜାରି ହୋଇଛି । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଗଭୀର ଅବପାତ ଏବେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଘଣ୍ଟାପ୍ରତି ୩ କିଲୋମିଟର ବେଗରେ ଆଗକୁ ବଢୁଛି।