ତୃତୀୟ ପର୍ଯ୍ୟାୟ ଅଙ୍ଗନବାଡ଼ି କର୍ମୀଙ୍କୁ ‘ସୁଭଦ୍ରା’
ଖୁବଶୀଘ୍ର ଘୋଷଣା ହେବ ତୃତୀୟ ପର୍ଯ୍ୟାୟ ‘ସୁଭଦ୍ରା’। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଘୋଷଣା କରିଛନ୍ତି। ଏଥର ବାଦ୍ ପଡ଼ିଥିବା ସବୁ ଅଙ୍ଗନବାଡ଼ି କର୍ମୀଙ୍କୁ ତୃତୀୟ ପର୍ଯ୍ୟାୟରେ ମିଳିବ ସୁଭଦ୍ରା ଟଙ୍କା। କୌଣସି ଯୋଗ୍ୟ ହିତାଧିକାରୀ ବାଦ୍ ପଡ଼ିବେନି ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି। ଗଣମାଧ୍ୟମକୁ ସୂଚନା ଦେଇ ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ଖାରଜ ହୋଇଥିବା ୨ ଲକ୍ଷ ୬୭ ହଜାର ଆବେଦନର ରି-ଚେକ୍ ହେବ। ଦରକାର ପଡ଼ିଲେ ବାରମ୍ବାର ଚେକ ହେବ। କେହି ଏହି ଯୋଜନାରୁ ବଞ୍ଚିତ ହେବେ ନାହିଁ। ଏଥିପାଇଁ ୧ ତାରିଖରେ ନୋଡାଲ ଏଜେନ୍ସି ନିଯୁକ୍ତ ହେବେ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା କହିଛନ୍ତି।