ନୂଆବର୍ଷରେ ସିସିଟିଭି ନଜରରେ ରହିବ ଶ୍ରୀକ୍ଷେତ୍ର
ନୂଆବର୍ଷ ପାଇଁ ପୁରୀରେ ପ୍ରସ୍ତୁତି । ନୂଆବର୍ଷରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ହେବ ପ୍ରବଳ ଭିଡ଼ । ଭିଡ଼କୁ କଣ୍ଟ୍ରୋଲ କରିବା ପାଇଁ ବ୍ୟାପକ ବ୍ୟବସ୍ଥା । ସିସିଟିଭି ନଜରରେ ରହିବ ପୂରା ଶ୍ରୀକ୍ଷେତ୍ର । ପୁରୀକୁ ଜଗିବେ ୬୦ ପ୍ଲାଟୁନ୍ ଫୋର୍ସ । ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ବେଳାଭୂମିରେ ପର୍ୟ୍ୟଟକଙ୍କ ସୁରକ୍ଷା ଓ ଟ୍ରାଫିକ୍ ସୁପରିଚାଳନା ନେଇ ବ୍ୟାପକ ପ୍ରସ୍ତୁତି କରିଛି ପୁରୀ ପୋଲିସ । ଡିସେମ୍ବର ୩୧ ତାରିଖଠୁ ନୂଆବର୍ଷ ପର୍ୟ୍ୟନ୍ତ ପ୍ରବଳ ଭିଡ଼ ଆଶଙ୍କାରେ ଟ୍ରାଫିକ୍ କଟକଣା ଜାରି କରାଯାଇଛି । ଭୁବନେଶ୍ୱରରୁ ଆସୁଥିବା ଚାରିଚକିଆ ଯାନ ଜେଲ୍ ରୋଡ ପାର୍କିଂରେ, କୋଣାର୍କରୁ ଆସୁଥିବା ଚାରିଚକିଆ ତାଳବଣିଆ ପାର୍କିଂରେ ଓ ବ୍ରହ୍ମଗିରିରୁ ଆସୁଥିବା ଚାରିଚକିଆ ଯାନ ଷ୍ଟର୍ଲିନ କିମ୍ବା ଯାତ୍ରିକା ପାର୍କିଂରେ ରହିବ। ମେଡିକାଲ୍ ଛକଠାରୁ ଶ୍ରୀମନ୍ଦିର ଓ ବେଳାଭୂମି ପର୍ୟ୍ୟନ୍ତ କୌଣସି ଚାରିଚକିଆ ଯାନ ଯାତାୟାତ କରିବ ନାହିଁ। ମାର୍କେଟ ଛକଠାରୁ ହେବ ନୋ ଭେଇକିଲ ଜୋନ । ବେଳାଭୂମିରେ ପର୍ୟ୍ୟାପ୍ତ ଲାଇଫଗାର୍ଡ ମୁତୟନ ହେବାସହ ଜିରୋ ନାଇଟ୍ ସେଲିବ୍ରେସନ ବେଳେ ପାଟ୍ରୋଲିଂକୁ ମଧ୍ୟ କଡାକଡି କରାଯିବ। ରଗ୍ଧ