ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଘୋଷଣା

ଅଦିନିଆ ବର୍ଷାକୁ ପ୍ରାକୃତିକ ବିପର୍ଯ୍ୟୟ ଘୋଷଣା

ଅଦିନିଆ ବର୍ଷାକୁ ପ୍ରାକୃତିକ ବିପର୍ଯ୍ୟୟ ଘୋଷଣା । କୃଷି ଓଡ଼ିଶା କାର୍ଯ୍ୟକ୍ରମରେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କ୍ଷତିଗ୍ରସ୍ତ ଚାଷୀଙ୍କୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନାର ରିଲିଫ ପାଣ୍ଠିରୁ ସହାୟତା ଦିଆଯିବ । ୩୩%ରୁ ଅଧିକ ଫସଲ ନଷ୍ଟ ହୋଇଥିବା ଚାଷୀଙ୍କୁ ମିଳିବ କ୍ଷତିପୂରଣ । ଅଦିନିଆ ବର୍ଷାରେ ୬ଲକ୍ଷ ୬୬ହଜାର ୭ଶହ ଚାଷୀ କ୍ଷତିଗ୍ରସ୍ତ ହୋଇଛନ୍ତି । ଏବଂ ୨ଲକ୍ଷ ୨୬ହଜାର ହେକ୍ଟର ଫସଲ କ୍ଷତି ହୋଇଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ । ସମୁଦାୟ ୨୯୧ କୋଟି ସହାୟତା ମିଳିବା ନେଇ ଘୋଷଣା କରାଯାଇଛି । ଆଜିଠୁ ଡିବିଟି ଜରିଆରେ ଚାଷୀଙ୍କ ଆକାଉଣ୍ଟକୁ ଯାଉଛି ଟଙ୍କା ।

Leave a Reply

Your email address will not be published. Required fields are marked *