ଆରମ୍ଭ ହେଲା ପ୍ରବାସୀ ଭାରତୀୟ ସମ୍ମିଳନୀ

ଆରମ୍ଭ ହେଲା ପ୍ରବାସୀ ଭାରତୀୟ ସମ୍ମିଳନୀ

ଭୁବନେଶ୍ୱର ଜନତା ମଇଦାନରେ ଆଜି ଆରମ୍ଭ ହେଲା ପ୍ରବାସୀ ଭାରତୀୟ ସମ୍ମେଳନ। ଦୁଇ କେନ୍ଦ୍ରମନ୍ତ୍ରୀ ଏସ୍. ଜୟଶଙ୍କର, ମନସୁଖ ମାଣ୍ଡଭିୟ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଆରମ୍ଭ ହୋଇଛି ସମ୍ମେଳନ। ଆସନ୍ତାକାଲି ଆନୁଷ୍ଠାନିକ ଭାବେ ସମ୍ମେଳନକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଥିପାଇଁ ଆଜି ସନ୍ଧ୍ୟାରେ ଭୁବନେଶ୍ବର ଆସୁଛନ୍ତି ପ୍ରଧାନମନ୍ତ୍ରୀ।

ସମ୍ମେଳନରେ ବିକଶିତ ଭାରତ ୨୦୪୭ ସଂପର୍କରେ ପ୍ରବାସୀଙ୍କ ସହ ଆଲୋଚନା କରିବେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ବିଭିନ୍ନ ପ୍ଲେନାରୀ ସେସନରେ ଦେଶର ବିଶେଷ ବ୍ୟକ୍ତି ବିଶେଷମାନେ ପ୍ରବାସୀଙ୍କ ସହ ଆଲୋଚନା କାର୍ଯ୍ୟକ୍ରମ ରହିଛି। ଶେଷ ଦିନରେ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାୱତଙ୍କର ମଧ୍ୟ ଏକ ସେସନ ରହିବ।

Leave a Reply

Your email address will not be published. Required fields are marked *