ସୁଭଦ୍ରାକୁ ନେଇ ବଡ଼ ଅପଡେଟ୍ ଦେଇଛନ୍ତି ମୁଖ୍ୟମନ୍ତ୍ରୀ

ମାର୍ଚ୍ଚରେ ମିଳିବ ସୁଭଦ୍ରାର ଦ୍ୱିତୀୟ କିସ୍ତି

ସୁଭଦ୍ରାକୁ ନେଇ ବଡ଼ ଅପଡେଟ୍ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ମାର୍ଚ୍ଚ ୮ ତାରିଖରେ ମିଳିବ ସୁଭଦ୍ରା ଯୋଜନାର ଦ୍ୱିତୀୟ କିସ୍ତି ଟଙ୍କା। ଆଜି ସାଧାରଣତନ୍ତ୍ର ଦିବସ ଅବସରରେ କଟକରେ ପତାକା ଉତ୍ତୋଳନ ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହି ସୂଚନା ଦେଇଛନ୍ତି।ସେ କହିଛନ୍ତି, ଏଯାଏଁ ପ୍ରାୟ ୮୦ ଲକ୍ଷରୁ ଊର୍ଦ୍ଧ୍ୱ ମହିଳାଙ୍କୁ ସୁଭଦ୍ରା ମିଳିଲାଣି। ମହିଳାଙ୍କ ବିକାଶ ପାଇଁ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ ହୋଇଛି। ମୁଖ୍ୟମନ୍ତ୍ରୀ ନିଜ ଅଭିଭାଷଣରେ ଆହୁରି କହିଛନ୍ତି, ଦେଶ ପାଇଁ ଜୀବନକୁ ଉତ୍ସର୍ଗ କରିଥିବା ସଂଗ୍ରାମୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି। ଆଜିର ଦିନରେ ମହାନ୍ ଜନନାୟକଙ୍କୁ ମନେ ପକାଇବା ପାଇଁ ପରମ ସୁଯୋଗ ଆସିଛି। ଦେଶର ଅଖଣ୍ଡତା ବଜାୟ ସହ ସୁଶାସନ ଯୋଗାଇବା ପରମ ଲକ୍ଷ୍ୟ ରଖାଯାଇଛି। ଦେଶର ଗଣତନ୍ତ୍ର ବଜାୟ ରଖିବାରେ କୋଟି କୋଟି ଜନତାଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ। ନିରବଚ୍ଛିନ୍ନ ଭାବେ ଗଣତନ୍ତ୍ରକୁ ବଜାୟ ସହ ଦେଶର ଅଗ୍ରଗତି ହେଉଛି। ଖୁବ୍‌ଶୀଘ୍ର ଆମ ଦେଶ ତୃତୀୟ ଶ୍ରେଷ୍ଠ ଅର୍ଥନୀତି ହେବାକୁ ଯାଉଛି।