ପୂର୍ବତନ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଅସୁସ୍ଥ

ବିଶ୍ୱଭୂଷଣଙ୍କୁ ହାଇଦ୍ରାବାଦ ସ୍ଥାନାନ୍ତର

ଆନ୍ଧ୍ରପ୍ରଦେଶର ପୂର୍ବତନ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଅସୁସ୍ଥ । ହାଇଦ୍ରାବାଦ ହସ୍ପିଟାଲକୁ ସ୍ଥାନାନ୍ତର। ଭୁବନେଶ୍ୱରରୁ ହାଇଦ୍ରାବାଦକୁ ଏୟାରଲିଫ୍ଟ କରାଯାଇଥିବା ନେଇ ସୂଚନା ମିଳିଛି । ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲିଥିଲା । ଗ୍ୟାସ ଜନିତ ସମସ୍ୟାରୁ ଅସୁସ୍ଥ ପରେ ଚିକିତ୍ସା ଚାଲିଛି । ବୟସାଧିକ କାରଣରୁ ବିଶ୍ବଭୂଷଣଙ୍କ ବିଭିନ୍ନ ସ୍ୱାସ୍ଥ୍ୟ ଗତ ସମସ୍ୟା ଦେଖାଦେଇଛି । ଗତବର୍ଷ ସେପ୍ଟେମ୍ବର ମାସରେ ମଧ୍ୟ ଅସୁସ୍ଥତା କାରଣରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଅସୁସ୍ଥତା ନେଇ ତାଙ୍କ ପୁଅ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି।