ଘନିଭୂତ ହେଲା ଲଘୁଚାପ, ପ୍ରବଳ ବର୍ଷିବ
ଆଜି ଘନିଭୂତ ହେଲା ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ । ଏହା ଆହୁରି ଘନୀଭୂତ ହୋଇ ଉତ୍ତର ଆନ୍ଧ୍ରପ୍ରଦେଶ- ଦକ୍ଷିଣ ଓଡ଼ିଶା ଉପକୂଳରେ ପଶ୍ଚିମ-କେନ୍ଦ୍ରୀୟ ଏବଂ ତତ୍ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଉପରେ ସମୁଦ୍ର ପତ୍ତନ ଠାରୁ ୭.୬ କିଲୋମିଟର ଉଚ୍ଚତାରେ ରହିଛି।s ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ ୨୭ ଜୁଲାଇ, ଗୁରୁବାର ଅପରାହ୍ନ ମଧ୍ୟରେ ଓଡ଼ିଶାର ୨ ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହଥିବା ବେଳେ ୬ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଆଜି ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି। ଏ ପରିସ୍ଥିତରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶାର କୋରାପୁଟ ଓ ମାଲକାନଗିରି ପ୍ରଭୃତି ୨ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ର ସମ୍ଭାବନା ରହିଛି। ସେଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକୁ କମଳା ଅରେଞ୍ଜଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ବଲାଙ୍ଗୀର, ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା ଓ ଗଜପତି ପ୍ରଭୃତି ୬ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହି ଥିବାରୁ ଏହି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂଜାରି କରିଛି ପାଣିପାଗ ବିଭାଗ।