୧୯ ବର୍ଷରୁ କମ୍ ମହିଳା ଟି-୨୦ ବିଶ୍ୱକପ୍ ଜିତିଲା ଭାରତ
୧୯ ବର୍ଷରୁ କମ୍ ମହିଳା ଟି-୨୦ ବିଶ୍ୱକପ୍ ଜିତିଲା ଭାରତ । ଫାଇନାଲରେ ଦକ୍ଷିଣ ଆଫ୍ରିକାକୁ ହରାଇଲା ଟିମ୍ ଇଣ୍ଡିଆ । ଦ୍ୱିତୀୟ ଟି-୨୦ ବିଶ୍ୱକପ୍ ଜିତିଲା ଭାରତ । ଟାଇଟଲ ବଜାୟ ରଖିଲା ଭାରତୀୟ ଦଳ । କୁଆଲାଲୁମ୍ପୁରରର ଓଭାଲରେ ହୋଇଥିବା ଫାଇନାଲ୍ ଲଢ଼େଇରେ ଦକ୍ଷିଣ ଆଫ୍ରିକାକୁ ୯ ୱିକେଟରେ ମାତ୍ ଦେଇ ଭାରତୀୟ ମହିଳା ଦଳ ବିଶ୍ୱ ଚାମ୍ପିଅନ ବନିଛି । ପ୍ରଥମେ ଦକ୍ଷିଣ ଆଫ୍ରିକା ଟସ୍ ଜିଣି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା । ୨୦ ଓଭର ଖେଳି ଅଲଆଟ୍ ହୋଇ ମାତ୍ର ୮୨ ରନ୍ କରିବାକୁ ସକ୍ଷମ ହୋଇଥିଲା । ତେବେ ଭାରତ ୮୩ ରନ୍ ଟାର୍ଗେଟର ପିଛା କରି ୧୧.୨ ଓଭର ଖେଳି ବିଜୟ ହାସଲ କରିଛି । ଲଗାତାର ଦ୍ୱିତୀୟ ଥର ପାଇଁ ଭାରତୀୟ ମହିଳା ବିଶ୍ୱ ଚମ୍ପିଆନ ବନିଛି । ୨୦୨୩ରେ ସାଉଥ ଆଫ୍ରିକାରେ ଆୟୋଜିତ ମହିଳା ଟି-୨୦ ବିଶ୍ୱକପ୍ ଜିତିଥିଲା ଭାରତ ।
