ଡୋନାଲ୍ଡ ଟ୍ରମ୍ପଙ୍କୁ ଭେଟିବେ ନରେନ୍ଦ୍ର ମୋଦୀ
୧୩ ଫେବୃଆରୀରେ ମୋଦୀ-ଟ୍ରମ୍ପ ଭେଟଘାଟ । ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଭେଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଆସନ୍ତା ୧୨ ତାରିଖରେ ଆମେରିକା ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ୧୨ ସଂଧ୍ୟାରେ ୱାଶିଂଟନରେ ପହଞ୍ଚିବେ ଓ ୧୪ ତାରିଖ ପର୍ୟ୍ୟନ୍ତ ସେ ସେଠାରେ ରହିବେ । ଏହି ଗସ୍ତ ଭିତରେ ୧୩ ତାରିଖରେ ସେ ଡୋନାଲ୍ଡ ଟ୍ରମ୍ପଙ୍କୁ ଭେଟିପାରନ୍ତି । ଜାନୁଆରୀ ୨୦ ତାରିଖରେ ଡୋନାଲ୍ଡ ଟ୍ରମ୍ପ ଆମେରିକାର ରାଷ୍ଟ୍ରପତି ଭାବେ ଶପଥ ନେବା ପରେ ଉଭୟ ନେତାଙ୍କ ସାକ୍ଷାତ ଉପରେ ସାରା ବିଶ୍ୱର ନଜର ରହିଥିଲା । ଏବେ ଏହି ସାକ୍ଷାତ ୱାଶିଂଟନରେ ହେବାର ସମ୍ଭାବନା ରହିଛି । ଉଭୟ ନେତାଙ୍କ ମଧ୍ୟରେ ପ୍ରତିରକ୍ଷା ଓ ବାଣିଜ୍ୟ ସମ୍ପର୍କ ନେଇ ଆଲୋଚନା ହୋଇପାରେ । କିଛିଦିନ ତଳେ ଟ୍ରମ୍ପଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଫୋନରେ କଥା ହୋଇଥିଲେ । ପରେ ଏକ୍ସରେ ଏକ ପୋଷ୍ଟ କରି ଲେଖିଥିଲେ, ଦୁଇ ନେତା ବିଶ୍ବ ଶାନ୍ତି, ସୁରକ୍ଷା ଓ ସମୃଦ୍ଧି ଉପରେ ଆଲୋଚନା କରିଥିଲେ।
