କାଲି ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

କାଲି ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ଆଗାମୀ ଫେବୃଆରୀ ୧୦ ତାରିଖ ଅର୍ଥାତ୍ ସୋମବାର ଦିନ ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣି ବନ୍ଦ ରହିବ। ଭୁବନେଶ୍ୱରର ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ। ଏସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ଦିଆଯାଇଛି। ତେବେ ପରବର୍ତ୍ତୀ ଅଭିଯୋଗ ଶୁଣାଣି ତାରିଖ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।