୩ଦିନ ପାଇଁ ହିଟୱେଭ ୱାର୍ଣ୍ଣିଂ
ରାଜ୍ୟରେ ଆହୁରି କଲବଲ କରିବ ତାତି । ଆଜିଠୁ ବଢିବ ପାରଦ। ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ ଦିନ ତାପମାତ୍ରା । ୩ଦିନ ପାଇଁ ହିଟୱେଭ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଜି ପାଇଁ ୪ ଜିଲ୍ଲାକୁ ହିଟୱେଭ୍ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏସବୁ ଜିଲ୍ଲାଗୁଡିକ ହେଲା ଝାରସୁଗୁଡ଼ା, ସମ୍ବଲପୁର, ବଲାଙ୍ଗିର ଓ ବୌଦ୍ଧ । ଆସନ୍ତାକାଲି ପାଇଁ ୬ଟି ଜିଲ୍ଲାକୁ ହିଟୱେଭ ୱାର୍ଣ୍ଣିଂ ଜାରି ହୋଇଛି । ୧୫ ଓ ୧୬ ତାରିଖରେ ଦିନ ସହ ରାତି ତାପମାତ୍ରା ଅଧିକ ରହିବ। ୧୫ ତାରିଖ ପାଇଁ ମଧ୍ୟ ୪ ଜିଲ୍ଲାକୁ ଅରେଞ୍ଜ, ୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଗତକାଲି ଚଳିତ ବର୍ଷ ପ୍ରଥମ ଥର ୪୦ ଟପିଲା ପାରଦ । ବୌଦ୍ଧରେ ସର୍ବାଧିକ ତାପମାତ୍ରା ୪୦.୫ ଡିଗ୍ରୀ ସେଲସିଏସ ରେକର୍ଡ କରାଯାଇଛି । ସେହିପରି ବଲାଙ୍ଗିରରେ ୩୯.୪ ଡିଗ୍ରୀ, ସମ୍ୱଲପୁରରେ ୩୯.୩ ସେଲସିଏସ ରହିଥିଲା ତାପମାତ୍ରା ।
