କଂଟିଲୋ ନୀଳମାଧବଙ୍କୁ ଦର୍ଶନ କରିବେ ରାଷ୍ଟ୍ରପତି

ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଅପରାହ୍ଣରେ ଭୁବନେଶ୍ୱରରେ ପହଞ୍ଚିବେ। ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱରରେ ପହଞ୍ଚିବେ। ଭୁବନେଶ୍ୱରରୁ ହେଲିକପ୍ଟରରେ ନୟାଗଡ଼ ଯିବେ। କଂଟିଲୋ ନୀଳମାଧବଙ୍କୁ ଦର୍ଶନ କରିବେ ରାଷ୍ଟ୍ରପତି। ଅପରାହ୍ଣ ସାଢେ ଗୋଟାଏରେ ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ ରାଷ୍ଟ୍ରପତି । ସେଠାରୁ ହେଲିକପ୍ଟର ଯୋଗେ ନୟାଗଡ଼ ଅଭିମୁଖେ ଯିବେ । ନୟାଗଡ଼ର କାଳିଆପଲ୍ଲୀରେ ବିଶ୍ବାବସୁ ସମ୍ପ୍ରଦାୟର ଯଜ୍ଞରେ ଯୋଗଦେବେ । ଏହାସହ କଣ୍ଟିଲୋ ନୀଳମାଧବ ମନ୍ଦିର ଦର୍ଶନ କରିବେ ରାଷ୍ଟ୍ରପତି । ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ନୟାଗଡ଼ ପୁଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି । କଣ୍ଟିଲୋ ନୀଳମାଧବ ମନ୍ଦିରର ସୌନ୍ଦର୍ୟ୍ୟକରଣ କାର୍ୟ୍ୟକୁ ଜୋର ଦେଇଛି ଜିଲ୍ଲା ପ୍ରଶାସନ । ନୟାଗଡ଼ ଜିଲ୍ଲାପାଳ ସମସ୍ତ ବିଭାଗର ଉଚ୍ଚ ଅଧିକାରୀଙ୍କୁ ନେଇ ସମୀକ୍ଷା କରିଛନ୍ତି । ନୟାଗଡ଼ ଜିଲ୍ଲାକୁ ରାଷ୍ଟ୍ରପତିଙ୍କର ଏହା ପ୍ରଥମ ଗସ୍ତ ହୋଇଥିବାରୁ ସ୍ଥାନୀୟ ଅଞ୍ଚଳରେ ଖୁବ୍ ଉତ୍ସାହ ପରିଲକ୍ଷିତ ହୋଇଛି । ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ସନ୍ଧ୍ୟା ୬ଟାରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚି ରାଜଭବନ ଅଭିମୁଖେ ଯିବେ । ପରେ ସେଠାରେ ରାତ୍ରିଯାପନ କରିବେ। ମଙ୍ଗଳବାର ସକାଳ ୯ଟାରେ ଦିଲ୍ଲୀ ଅଭିମୁଖେ ଫେରିଯିବେ ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ । ରାଷ୍ଟ୍ରପତି ଆସିବା ଖୁସିରେ କାଳିଆ ପଲ୍ଲୀରେ ଆରମ୍ଭ ହୋଇଛି ଉତ୍ସଵ ।