ସରକାରୀ କର୍ମଚାରୀଙ୍କୁ ରଜ ଭେଟି

କାଲି ପହଲି ରଜ, ଆଉ ଆଜି କର୍ମଚାରୀଙ୍କୁ ରଜ ଭେଟି ଦେଇଛନ୍ତି ରାଜ୍ୟ ସରକାର। ସେମାନଙ୍କ ମହଙ୍ଗା ଭତ୍ତାକୁ ୪ ପ୍ରତିଶତ ବୃଦ୍ଧି କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ରାଜ୍ୟ ସରକାରୀ କର୍ମଚାରୀ ଏବଂ ପେନସନଧାରୀଙ୍କ ପାଇଁ ମହଙ୍ଗା ଭତ୍ତା ବୃଦ୍ଧି କରାଯାଇଛି। ରାଜ୍ୟ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩୮ ପ୍ରତିଶତରୁ ୪୨ ପ୍ରତିଶତକୁ ବୃଦ୍ଧି କରାଯାଇଛି। ମହଙ୍ଗା ଭତ୍ତା ବଢ଼ିବା ଯୋଗୁ ଉଭୟ ସରକାରୀ କର୍ମଚାରୀ ଓ ପେନସନଭୋଗୀ ଉପକୃତ ହେବେ। ୨୦୨୩ ଜାନୁଆରୀ ପହିଲାରୁ ପିଛିଲା ଭାବେ ଲାଗୁ ହେବ ଏହି ମହଙ୍ଗା ଭତ୍ତା।। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଜୁନ୍ ମାସ ଦରମାରେ ନଗଦ ଆକାରରେ ମିଳିବ।