ଆଉ ୮ ସହରରେ ଗଡ଼ିବ ଆମ ବସ
କ୍ୟାପିଟାଲ ରିଜିନ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ)ର ୪୯ତମ ବୋର୍ଡ ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଆଉ ୮ ସହରକୁ ଆମ ବସ ସେବା ଯୋଗାଇ ଦିଆଯିବ ବୋଲି ସୂଚନା ମିଳିଛି। ଅନୁଗୋଳ, ଝାରସୁଗୁଡ଼ା, ଯାଜପୁର, କେନ୍ଦୁଝର, ବାରିପଦା, ଜୟପୁର, ବାଲେଶ୍ବର ଓ ରାୟଗଡ଼ାରେ ଆମ ବସ ଗଡ଼ିବ। ଏହାସହ ଯାତ୍ରୀଙ୍କ ଉତ୍ତମ ସେବା ଓ ସୁରକ୍ଷା ପ୍ରତି ଅଧିକ ଧ୍ୟାନ ଦିଆଯିବ। ପ୍ରତ୍ୟେକ ସହରରେ ପାସ ବ୍ୟବସ୍ଥା କରାଯିବ। ଶ୍ରେଷ୍ଠ ପ୍ରଦର୍ଶନ କରୁଥିବା କ୍ୟାପ୍ଟେନ, ଗାଇଡ୍କୁ ମିଳିବ ସ୍ବୀକୃତି ଏବଂ ସମ୍ମାନ ଦିଆଯିବ ବୋଲି ନିଷ୍ପତ୍ତି ନିଆଯାଇଛି।ରାଜ୍ୟ ଉନ୍ନୟନ କମିଶନର ଏବଂ କ୍ରୁଟ ଚେୟାରମ୍ୟାନ ଶ୍ରୀମତି ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଏହି ବୋର୍ ସମୀକ୍ଷା ବୈଠକ ହୋଇଥିଲା। ବୈଠକରେ ରାଜ୍ୟରେ ସହରାଞ୍ଚଳ ପରିବହନକୁ ଅଧିକ ବୃଦ୍ଧି କରିବାକୁ ପ୍ରମୁଖ ରଣନୀତି ଉପରେ ଆଲୋଚନା ହୋଇଛି। ଏଥିରେ ଯାତ୍ରୀମାନଙ୍କ ପ୍ରତି ଉତ୍ତମ ସୁରକ୍ଷା ଏବଂ ଗୁଣବତ୍ତା ସେବା ଉପରେ ଅଧିକ ଗୁରୁତ୍ୱ ଦିଆଯିବା ସହିତ କ୍ରୁଟ୍ର କାର୍ଯ୍ୟକଳାପ ଉପରେ ବିସ୍ତୃତ ଆଲୋଚନା ଏବଂ ସମୀକ୍ଷା ହୋଇଛି।
