ଆହୁରି ୩ ଦିନ କଲବଲ କରିବ ତାତି
ଆଗାମୀ ୩ ଦିନ ପାଇଁ ରାଜ୍ୟରେ ହିଟେୱଭ ୱାର୍ଣ୍ଣିଂ ଜାରି ହୋଇଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଏପ୍ରିଲ ୨ ତାରିଖ ବେଳକୁ ବର୍ଷାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଆଗାମୀ ୩ ଦିନ ସମେତ ରାତିରେ ତାପମାତ୍ରା ୨ରୁ ୪ ଡିଗ୍ରୀ ସେଲସିୟସ ବୃଦ୍ଧି ପାଇବ। ତେବେ ଶୁକ୍ରବାର କେତେକ ସ୍ଥାନରେ ୪୦ କିମ୍ବା ତା’ଠାରୁ ଅଧିକ ତାପମାତ୍ରା ରହିପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏପରିକି ଗୋଟିଏ କିମ୍ବା ଦୁଇଟି ଜିଲାରେ ହିଟେୱଭ ନେଇ ୱାର୍ଣ୍ଣିଂ ଜାରି କରାଯାଇଛି । ୨୮ ତାରିଖ ପାଇଁ ସମ୍ବଲପୁର ଏବଂ ବୌଦ୍ଧ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୨୯ ତାରିଖରେ ଝାରସୁଗୁଡ଼ା, ସମ୍ବଲପୁର, ବୌଦ୍ଧ, ସୁବର୍ଣ୍ଣପୁର, ବଲାଙ୍ଗୀର ଓ କଳାହାଣ୍ଡି ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୩୦ ତାରିଖରେ ବରଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବୌଦ୍ଧ, ସୁବର୍ଣ୍ଣପୁର, ବଲାଙ୍ଗୀର ଓ କଳାହାଣ୍ଡି ଜିଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ଆସନ୍ତା ୩୦ ତାରିଖ ପରେ ତାପମାତ୍ରା ୨ ଡିଗ୍ରୀ କମିବ। ସେହିପରି ୨ ତାରିଖ ବେଳକୁ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
