ଭିଆରଏସ୍‌ ନେଲେ ସୁଜାତା କାର୍ତ୍ତିକେୟନ୍

ଭିଆରଏସ୍‌ ନେଲେ ସୁଜାତା କାର୍ତ୍ତିକେୟନ୍

ଭିଆରଏସ୍‌ ନେଲେ ସୁଜାତା କାର୍ତ୍ତିକେୟନ୍ । ଆଇଏଏସ୍ ସୁଜାତା କାର୍ତ୍ତିକେୟନ୍ ଭିଆରଏସ୍ ପାଇଁ ଆବେଦନ କରିଥିବା ସୂଚନା ମିଳିଛି । ୧୫ ଦିନ ତଳେ ସେ କେନ୍ଦ୍ର ନିକଟରେ ଭିଆରଏସ୍ ପାଇଁ ଆବେଦନ କରିଥିଲେ ।  କେନ୍ଦ୍ର ସରକାର ଭିଆରଏସକୁ ମଞ୍ଜୁରି ଦେଇଥିବା ଜଣାପଡ଼ିଛି । ବ୍ୟକ୍ତିଗତ କାରଣରୁ IAS ଚାକିରି ଛାଡ଼ିଲେ ।  ୨୦୦୦ ବ୍ୟାଚ୍‌ ର ଆଇଏଏସ୍ ଅଫିସର ହେଉଛନ୍ତି ସୁଜାତା କାର୍ତ୍ତିକେୟନ୍ । ବିଜେଡି ନେତା ଭିକେ ପାଣ୍ଡିଆନ୍‌ଙ୍କ ପତ୍ନୀ ହେଉଛନ୍ତି ସୁଜା କାର୍ତ୍ତିକେୟନ୍ । ପୂର୍ବରୁ ଭିଆର୍‌ଏସ୍‌ ନେଇ ଭିକେ ପାଣ୍ଡିଆନ୍ ମଧ୍ୟ ରାଜନୀତିକୁ ଆସିଥିଲେ । ବିଜେଡିର ପରାଜୟ ପରେ ରାଜନୀତିରୁ ସନ୍ନ୍ୟାସ ଘୋଷଣା କରିଥିଲେ ପାଣ୍ଡିଆନ୍ । ତେବେ ଭିଆର୍‌ଏସ୍‌ ନେବା ପରେ ସୁଜାତା ଏବଂ ପାଣ୍ଡିଆନ୍‌ ଙ୍କ ଆଭିମୁଖ୍ୟ କଣ ରହିବ , ତା ଉପରେ ସମସ୍ତଙ୍କ ନଜର ରହିଛି । ୨୦୨୪ ନିର୍ବାଚନରେ ବିଜେଡି କ୍ଷମତା ହରାଇବା ପରେ ସୁଜାତା ଛଅ ମାସର ଛୁଟିରେ ଥିଲେ ।  ନଭେମ୍ବର ୨୬, ୨୦୨୪ ପର୍ଯ୍ୟନ୍ତ ତାଙ୍କୁ ଛୁଟି ମଞ୍ଜୁର କରାଯାଇଥିଲା, କିନ୍ତୁ ତାଙ୍କ ଆବେଦନ ଅନୁସାରେ ଆଉ ଛଅ ମାସର ଛୁଟି ବୃଦ୍ଧି ପାଇଁ ଓଡ଼ିଶାର ବିଜେପି ସରକାର ଅନୁମତି ଦେଇ ନଥିଲେ ।ଏହାପରେ ସେ ସ୍ୱେଚ୍ଛାକୃତ ଅବସର ଗ୍ରହଣ କରିଥିବା ରିପୋର୍ଟ ପ୍ରକାଶ ପାଇଛି, ଯାହାକୁ କେନ୍ଦ୍ର ସରକାର ମଞ୍ଜୁରି ଦେଇଛନ୍ତି ।