ମିଆଁମାର ଭୂମିକମ୍ପ: ମୃତ୍ୟୁ ସଂଖ୍ୟା ହଜାରେ ପାର୍
ମିଆଁମାର ଓ ଥାଇଲାଣ୍ଡରେ ଶୁକ୍ରବାର ହୋଇଥିବା ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ଭୀଷଣ ବିପର୍ଯ୍ୟୟ ଆସିଛି। ୭.୭ ଏବଂ ୬.୪ ତୀବ୍ରତାର ୨ଟି ଭୂକମ୍ପ ପ୍ରଭାବରେ ମିଆଁମାରରେ ଅନେକ ସୁଉଚ୍ଚ ଅଟ୍ଟାଳିକା ଆଖି ପିଛୁଳାକେ ମାଟିରେ ମିଶିଯାଇଛି। ମିଆଁମାରରେ ଏପର୍ଯ୍ୟନ୍ତ ୧୦୦୨ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ୨୩୦୦ରୁ ଅଧିକ ଆହତ ହୋଇଛନ୍ତି।ଅନ୍ୟପକ୍ଷରେ ଶନିବାର ସକାଳ ୫:୧୬ରେ ଆଫଗାନିସ୍ତାନରେ ମଧ୍ୟ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଭୂମିଠାରୁ ୧୮୦ କିଲୋମିଟର ଗଭୀରତାରେ ଘଟିଥିବା ଏହି ଭୂମିକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୪.୭ ମାପ କରାଯାଇଥିଲା। ଏପର୍ଯ୍ୟନ୍ତ କୌଣସି ଜୀବନ କିମ୍ବା ସମ୍ପତ୍ତିର କ୍ଷୟକ୍ଷତିର ଖବର ଆସିନାହିଁ। ମିଆଁମାର ଏବଂ ଥାଇଲ୍ୟାଣ୍ଡରେ ଏକ ଶକ୍ତିଶାଳୀ ଭୂମିକମ୍ପ ହେବା ପରେ ଏବେ ଥରିଛି ଆଫଗାନିସ୍ତାନ। କୁହାଯାଉଛି ଯେ, ୨୮ ମାର୍ଚ୍ଚରେ ଉଦ୍ଧାର କାର୍ଯ୍ୟ ଚାଲିଥିବା ବେଳେ ବିଳମ୍ବିତ ରାତି ୧୧ଟା ୫୬ସମୟରେ ମିଆଁମାରରେ ୪.୨ ତୀବ୍ରତାର ଆଉ ଏକ ଭୂମିକମ୍ପ ଅନୁଭୂତ ହୋଇଥିଲା।
