ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି

୫ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ଆଜି ଚୈତ୍ର ମାସ ଶୁକ୍ଳପକ୍ଷ ଦ୍ୱିତୀୟା ତିଥି ।  ଏହି ଅବସରରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜିଉ ମାନଙ୍କର ଖସାପଡା ନୀତି ।  ମଧ୍ୟାହ୍ନ ଧୂପ ପରେ ଦଇତାପତି ସେବକ ମାନେ ରତ୍ନସିଂହାସନ ଉପରେ ଚଢ଼ି ଦୀର୍ଘ ସମୟ ଧରି ମହାପ୍ରଭୁଙ୍କ ଏହି ଗୁପ୍ତନିତି ସମ୍ପାଦନ କରିବେ ।  ଖସାପଡା ନୀତି  ଶ୍ରୀଜିଉ ମାନଙ୍କର ଶ୍ରୀପୟର ସୁରକ୍ଷା ଲାଗି କରାଯାଇଥାଏ । ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହେବ। ସେଥିପାଇଁ ସନ୍ଧ୍ୟାରେ ପ୍ରାୟ ୫ଘଣ୍ଟା ଠାକୁରଙ୍କ ସାଧାରଣ  ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିର ପ୍ରଶାସନର ସୂଚନା ଅନୁସାରେ ଏହି ସ୍ୱତନ୍ତ୍ର ନୀତି ଅପରାହ୍ନ ୫ଟାରୁ ରାତି ୧୦ଟା ମଧ୍ୟରେ ଅନୁଷ୍ଠିତ ହେବ । ଏହି ନୀତିରେ ମହାପ୍ରଭୁଙ୍କ ଶ୍ରୀପୟରକୁ ଧଳା କପଡାରେ ଘୋଡାଇ ଦିଆଯାଏ ।  ବର୍ଷରେ ଦୁଇରୁ ତିନିଥର ଏହି ନିତି ସମ୍ପାଦନ କରାଯାଏ । ଏହା ଏକ ଗୁପ୍ତନିତି ହୋଇଥିବାରୁ ମୁଖ୍ୟତଃ ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ୫ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।