ପାକିସ୍ତାନରେ ବଡ଼ ଏୟାରଷ୍ଟ୍ରାଇକ୍‌

ଅଧରାତିରେ ପାକିସ୍ତାନ ଉପରେ ଭାରତର ଏୟାର୍ ଷ୍ଟ୍ରାଇକ

‘ଅପରେସନ ସିନ୍ଦୂର’ ଆରମ୍ଭ କଲା ଭାରତୀୟ ସେନା  । ପାକ୍ ଅଧିକୃତ କାଶ୍ମୀର PoK ର ୯ଟି ଆତଙ୍କୀ ଶିବିର ଉପରେ ଆରମ୍ଭ ହେଲା ଆକ୍ରମଣ  । ଭାରତୀୟ ସେନାର ସୂଚନା ଅନୁସାରେ, ପାକିସ୍ତାନ ସେନାର କୌଣସି ଶିବିର ଉପରେ ଆକମ୍ରଣ କରାଯାଇ ନାହିଁ । ପହଲଗାମ ଆତଙ୍କବାଦୀ ଆକ୍ରମଣ ବିରୋଧରେ ଭାରତ ନେଲା ପଦକ୍ଷେପ । ପାକିସ୍ତାନ ଉପରେ ଆରମ୍ଭ କରିଛି ଭାରତ ସିନ୍ଦୁର ର ବଦଲା ଅପେରସନ ସିନ୍ଦୁର ରେ ନେଇଛି ଭାରତ । ପ୍ରତିବଦଳରେ ପାକିସ୍ତାନ ଜବାବ ଦେବ ନେଇ ସୁଚନା ମଧ୍ୟ ଦେଇଛି ,ପାକିସ୍ତାନ ଆତଙ୍କୀ ଶିବିର ଉପରେ ମିସାଇଲ ଆଟାକ କରିଛି ଭାରତ ବର୍ତ୍ତମାନର ପ୍ରାଥମିକ ସୁଚନା ଅନୁସାରେ ଅନେକ ଆତଙ୍କୀ ନିପାତ ହୋଇଛନ୍ତି ।