ଅମିତ ଶାହଙ୍କ ଓଡ଼ିଶା ଗସ୍ତ ବାତିଲ୍
ଅମିତ ଶାହଙ୍କ ଓଡ଼ିଶା ଗସ୍ତ ବାତିଲ୍ । ୧୦ରେ ଓଡ଼ିଶା ଗସ୍ତରେ ଆସିବାକୁ ଥିବା କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଗସ୍ତ ବାତିଲ ହୋଇଛି । ଅପରେସନ ସିନ୍ଦୁର ପାଇଁ ଗସ୍ତ ବାତିଲ ହୋଇଛି । ସମ୍ବଲପୁର ବିଧାୟକ ଜୟ ନାରାୟଣ ମିଶ୍ର ଏହି ସୂଚନା ପୁରୀ ଦେଇଛନ୍ତି । ଆସନ୍ତା ୧୦ରୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ବରରେ ପହଞ୍ଚିବା ପରେ ସେଠାରୁ ଜଟଣୀ ଯାଇ ଫରେନ୍ସିକ୍ ବିଶ୍ବବିଦ୍ୟାଳୟର ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଥିଲା । ପରେ ସନ୍ଧ୍ୟାରେ ପୁରୀ ଯାଇ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିବା ସହିତ ବିଜେପି କାର୍ଯ୍ୟକର୍ତ୍ତାଙ୍କ ଏକ ବୈଠକରେ ଯୋଗଦେଇଥାନ୍ତେ। ସେହିପରି ୧୧ ତାରିଖରେ ସମ୍ବଲପୁର ଗସ୍ତ କରି ମା’ ସମଲେଶ୍ବରୀଙ୍କ ଦର୍ଶନ କରିବା ସହ କିଛି ପ୍ରକଳ୍ପ ଶିଳାନ୍ୟାସ କରିବା ନେଇ ସୂଚନା ରହିଥିଲା । କିନ୍ତୁ ଶାହାଙ୍କ ଗସ୍ତ କାର୍ଯ୍ୟକ୍ରମ ସ୍ଥଗିତ ରହିଛି ।
