ପାରାଦୀପ ଜାହାଜରେ ୨୧ ଜଣ ପାକିସ୍ତାନୀ କ୍ରିଉ ମେମ୍ବର

ପାରାଦୀପ ଜାହାଜରେ ପାକିସ୍ତାନୀ କ୍ରିଉ ମେମ୍ବର

ପାରାଦୀପ ବନ୍ଦରରେ ଲାଗିଥିବା ଜାହାଜରେ ପାକିସ୍ତାନୀ କ୍ରିଉ ମେମ୍ବର ଥିବ ନେଇ ସୂଚନା । ୨୧ ଜଣ ପାକିସ୍ତାନୀ କ୍ରିଉ ମେମ୍ବର ସୂଚନା ପରେ ସୁରକ୍ଷା କଡ଼ାକଡ଼ି କରାଯାଇଛି। ଏନେଇ ପାରାଦୀପ ଇମିଗ୍ରେସନ ବିଭାଗ ଅବଗତ କରିଥିବା ସୂଚନା ଦିଆଯାଇଛି। ତେବେ ଏନେଇ ମେରାଇନ୍ ପୋଲିସ, CISF, କଷ୍ଟମ ବିଭାଗକୁ ଅବଗତ ମଧ୍ୟ କରିଛି ପାରାଦୀପ ଇମିଗ୍ରେସନ ବିଭାଗ । ପଣ୍ୟ ଖଲାସ ନ ହେବା ଯାଏଁ ଜାହାଜକୁ ଜଗି ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ପାକିସ୍ତାନୀ କୌଣସି ପରିସ୍ଥିତିରେ ଜାହାଜରୁ ନ ଓହ୍ଲାନ୍ତି କଡ଼ା ନଜର ରଖିବେ ବୋଲି ମଧ୍ୟ କୁହାଯାଉଛି। ପାରାଦୀପ ପୋର୍ଟ SPMରେ ଲାଗିଛି ହଂକଂ ଫ୍ଲାଗସିପ୍ ଜାହାଜ ।