ରାଜ୍ୟରେ ଖୁବ୍ଶୀଘ୍ର ଲାଗୁହେବ ନୂଆ ଅବକାରୀ ନୀତି
ରାଜ୍ୟରେ ଖୁବ୍ଶୀଘ୍ର ଲାଗୁହେବ ନୂଆ ଅବକାରୀ ନୀତି । ଏନେଇ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ସୂଚନା । ୩ ବର୍ଷିଆ ପଲିସି ଆଣିବାକୁ ଯାଉଛୁ । ଅଲଗା ରାଜ୍ୟର ପଲିସି ଷ୍ଟଡି କରିବାକୁ ଟିମ୍ ଯାଉଛନ୍ତି । ଜୁନ୍ ୧୫ରୁ ଜୁନ୍ ୨୦ ଭିତରେ ନୂଆ ପଲିସି ଆଣିବୁ । ସଚିବଙ୍କ ନେତୃତ୍ବରେ ଏକ୍ ଟିମ୍ ଆନ୍ଧ୍ରପ୍ରଦେଶ ଯିବେ । ଆନ୍ଧ୍ର ସମେତ ବିଭିନ୍ନ ରାଜ୍ୟକୁ ଯାଇ ଅନୁଧ୍ୟାନ କରୁଛନ୍ତି। ରାଜ୍ୟ ଅବକାରୀ ବିଭାଗରୁ ମିଳିଥିବା ସୂଚନା ଅନୁସାରେ, ରାଜ୍ୟର ମୋହନ ମାଝୀଙ୍କ ସରକାର ନିଜସ୍ୱ ଅବକାରୀ ନୀତି ଆଣିବା ପାଇଁ ଏବେ କାମ କରୁଛନ୍ତି । ଯେଉଁଥିରେ ରାଜ୍ୟରେ ନୂଆ ମଦ ଦୋକାନ ଖୋଲିବା ଉପରେ କଟକଣା ଓ ପର୍ଯ୍ୟାୟକ୍ରମେ ମଦ ଦୋକାନ ସଂଖ୍ୟା ହ୍ରାସ ଏବଂ ବିଜେଡି ସରକାରର ‘ଲଟେରୀ ସିଷ୍ଟମରେ ୫ବର୍ଷିଆ ଲାଇସେନ୍ସ’ ଆଦିରେ ବ୍ୟାପକ ପରିବର୍ତ୍ତନ କରିବାର ସମ୍ଭାବନା ରହିଛି । ଏହାଛଡ଼ା ପୂର୍ବର ବିଜେଡି ସରକାର ଭଳି ରାଜସ୍ୱ ସଂଗ୍ରହ ପାଇଁ ଅବକାରୀ ଟିକସ ଉପରେ ନିର୍ଭରଶୀଳତା କମ କରିବାକୁ ମଧ୍ୟ ନୂଆ ସରକାର ଯୋଜନା ରହିଥିବା ଜଣାପଡିଛି ।
