କେରଳ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ
କେରଳ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ନିର୍ଦ୍ଧାରିତ ସମୟର ୮ ଦିନ ପୂର୍ବରୁ କେରଳରେ ମୌସୁମୀ ପାଦ ଥାପିଛି । ୨୦୦୯ ପରେ ଏଥର ସଅଳ ମୌସୁମୀ ଛଇଁଛି । ସାଧାରଣତଃ ଜୁନ ଦ୍ବିତୀୟ ସପ୍ତାହରେ ମୌସୁମୀ ଓଡ଼ିଶା ଛୁଇଁଥାଏ । ତେବେ ଏଥର ସଅଳ ମୌସୁମୀ ଆସିଥିବାରୁ ଜୁନ ପ୍ରଥମ ସପ୍ତାହରେ ଦକ୍ଷିଣ-ପଶ୍ଚିମ ମୌସୁମୀ ଓଡ଼ିଶା ସ୍ପର୍ଶ କରିପାରେ ବୋଲି ଆକଳନ କରାଯାଇଛି। ୧୩ ତାରିଖରେ ଆଣ୍ଡାମାନ ସାଗରରେ ପ୍ରବେଶ କରିଥିଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦକ୍ଷିଣ ବଙ୍ଗୋପସାଗର ସମେତ ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜ ଓ ଆଣ୍ଡାମାନ ସାଗର ଅଞ୍ଚଳକୁ ଅଗ୍ରସର ହୋଇସାରିଛି । ତେବେ ଦୀର୍ଘ ୧୬ ବର୍ଷ ପରେ ଏଥର ଶୀଘ୍ର ମୌସୁମୀ ଛୁଇଁଛି ବୋଲି କୁହାଯାଉଛି । ଏପଟେ ରାଜ୍ୟର ବିଭିନ୍ନ ସ୍ଥାନରେ ବଦଳିଛି ପାଗ । କଟକ, ଭୁବନେଶ୍ବର, ପୁରୀର ବିଭିନ୍ନ ସ୍ଥାନରେ ଆଜି ସକାଳୁ ସକାଳୁ ବର୍ଷା ଆରମ୍ଭ ହୋଇଛି । ଆଗାମୀ ୩ ଘଣ୍ଟା ପାଇଁ ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଢ଼େଙ୍କାନାଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି ।
