ମୌସୁମୀ ପ୍ରଭାବରେ ରାଜ୍ୟରେ ବର୍ଷା

ଆଜି ୪ ଜିଲ୍ଲାକୁ ଅରେଞ୍ଜ ଓ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଆଜି ୪ ଜିଲ୍ଲାକୁ ଅରେଞ୍ଜ ଓ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ କେନ୍ଦ୍ରାପଡ଼ାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବାବେଳେ କେନ୍ଦୁଝର, ଯାଜପୁର, ଜଗତସିଂହପୁର, କଟକ, ଅନୁଗୁଳ, ଢେଙ୍କାନାଳ, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏଥିସହ ବାକି ୨୩ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଜାରି ହୋଇଛି ଏଲୋ ୱାର୍ଣ୍ଣିଂ । ଏହି ସମୟରେ ବିଜୁଳି ଘଡଘଡି ସହ ଝଟକା ପବନ ୪୦ ରୁ ୫୦ କିମି ବେଗରେ ବହିବା ସମ୍ଭାବନା ରହିଛି ।  ସମୁଦ୍ର ଅଶାନ୍ତ ଥିବାରୁ ୩୧ ତାରିଖ ଯାଏ ମତ୍ସ୍ୟଜୀବି ମାନଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି ।