ରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ଗୁଳିମାଡ଼ କଲେ ଦୁର୍ବୃତ୍ତ

ରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ଗୁଳିମାଡ଼ କଲେ ଦୁର୍ବୃତ୍ତ

କଲମ୍ବିଆରେ ରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ଗୁଳିମାଡ଼ କଲେ ଦୁର୍ବୃତ୍ତ । ଆକ୍ରମଣକାରୀଙ୍କୁ ଗିରଫ କଲା ସ୍ଥାନୀୟ ପୁଲିସ । ରାଜଧାନୀ ବୋଗୋଟାରେ ଏକ କାର୍ଯ୍ୟକ୍ରମରେ ଜନସାଧାରଣଙ୍କୁ ସମ୍ବୋଧିତ କରୁଥିବା ବେଳେ ମୁଗୁଏଲ ଉରିବେଙ୍କ ଉପରେ ଗୁଳିମାଡ଼ କରାଯାଇଛି । ଗୁରୁତର ଅବସ୍ଥାରେ ତାଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି । ଉରିବେଙ୍କ ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ରହିଛି, ଆବଶ୍ୟକ ହେଲେ, ତାଙ୍କୁ ଅନ୍ୟ ଏକ ହସ୍ପିଟାଲକୁ ସ୍ଥାନାନ୍ତର କରାଯିବ ବୋଲି ଡାକ୍ତରୀଦଳ ପକ୍ଷରୁ ସୂଚନା ଦିଆଯାଇଛି । ରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରାର୍ଥୀ ହୋଇଥିବା ବେଳେ ଜନସାଧାରଣଙ୍କୁ ନିଜ ସପକ୍ଷରେ ନେବାକୁ ପ୍ରଚାର କରୁଥିବା ବେଳେ ଗୁଳିମାଡ଼ର ଶିକାର ହୋଇଛନ୍ତି ମୁଗୁଏଲ ଉରିବେ । ସ୍ଥାନୀୟ ପୁଲିସ ପକ୍ଷରୁ ଗୁଳିମାଡ଼ କରିଥିବା ଦୁର୍ବୃତ୍ତକୁ ଗିରଫ କରାଯାଇଛି ।