୨ ଦିନିଆ ଓଡ଼ିଶା ଗସ୍ତରେ ଅମିତ ଶାହା

ଗୋଟିଏ ମଞ୍ଚରେ ବସିବେ ନବୀନ-ଶାହା

୨ ଦିନିଆ ଓଡ଼ିଶା ଗସ୍ତରେ ଗୃହରାଷ୍ଟ୍ରମନ୍ତ୍ରୀ ଅମିତ ଶାହ। ଶୁକ୍ରବାର ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ଶାହଙ୍କୁ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା। ଆଜି କେନ୍ଦ୍ର ଗୃହମନ୍ତ୍ରୀ ଶାହାଙ୍କ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବେ। ଏହି ସରକାରୀ କାର୍ଯ୍ୟକ୍ରମରେ ଏକାଠି ହେବେ ଶାହ-ନବୀନ। ଏହାସହ ଜାତୀୟ ରାଜପଥ ପ୍ରକଳ୍ପର ଶୁଭାରମ୍ଭ କରିବେ  ଓ ନକ୍ସଲ୍ ଦମନ ଓ ବିପର୍ଯ୍ୟୟ ପରିଚାଳନା ସ୍ଥିତିର ମଧ୍ୟ ସମୀକ୍ଷା କରିବେ ଅମିତ ଶାହ।