ଘୂର୍ଣ୍ଣିବଳୟ ସକ୍ରିୟ: ୧୯ ଯାଏଁ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା
ରାଜ୍ୟରେ ମୌସୁମୀ ପାଗ ଅନୁକୁଳ ରହିଛି । ଚାଷୀମାନଙ୍କ ପାଇଁ ବେସ ଖୁସିର ଖବର । ଦୁଇରୁ ତିନି ମଧ୍ୟରେ ରାଜ୍ୟରେ ମୌସୁମୀ ବାୟୁ ସକ୍ରିୟ ହେବ । ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଘୂର୍ଣ୍ଣିବଳୟ ସକ୍ରିୟ ଫଳରେ ୧୯ ଯାଏଁ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ଆଜି ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ଓ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡ଼ା, ବରଗଡ଼, ମୟୂରଭଞ୍ଜ ଓ ବାଲେଶ୍ବରକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି ।
