ଜିଲ୍ଲାରୁ ଜିଲ୍ଲାକୁ ଡେଉଁଛି ଡାଇରିଆ

ଡାଇରିଆରେ ମୃତ୍ୟୁ ସଂଖ୍ୟା ୨୧ କୁ ବୃଦ୍ଧି

ରାଜ୍ୟରେ ଡାଇରିଆ ଥମୁନାହିଁ । ଯାଜପୁରରୁ ଆରମ୍ଭ ହୋଇଥିବା ଡାଇରିଆ ଏବେ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ମାଡ଼ିବାରେ ଲାଗିଛି । ପ୍ରତିଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଜିଲ୍ଲା ପରେ ଜିଲ୍ଲାକୁ ମାଡିଚାଲିଛି ଝାଡାବାନ୍ତି। ୭ ଜିଲ୍ଲାରେ କାୟା ମେଲାଇଛି ହଇଜା । ରାଜ୍ୟରେ ୨୧ ଜଣଙ୍କ ଜୀବନ ଯାଇଥିବା ବେଳେ ୧୭୦୦ରୁ ଅଧିକ ଆକ୍ରାନ୍ତ ହୋଇଛନ୍ତି । ସ୍ଥିତି ଗମ୍ଭୀର ଥିବାବେଳେ ପ୍ରଶାସନର ନିଦ ହଜିଛି । ୩୦ ଜିଲ୍ଲାକୁ ଆଲର୍ଟ କରିଛନ୍ତି ରାଜ୍ୟ ସରକାର । ଏବେ ପ୍ରତିଦିନ ହେବ ରାଜ୍ୟସ୍ତରୀୟ ସମୀକ୍ଷା । ଡାଇରିଆ ସ୍ଥିତି ନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ କେନ୍ଦ୍ରୀୟ ପ୍ରତିନିଧି ଦଳ ସହ ସ୍ବତନ୍ତ୍ର ବୈଠକ ହୋଇଛି । ପରେ ପ୍ରଭାବିତ ବିଭିନ୍ନ ବ୍ଲକ ଗସ୍ତ କରିଛି ୧୦ ଜଣିଆ କେନ୍ଦ୍ରୀୟ ଟିମ୍ ।ଭୁବନେଶ୍ୱର ଏଆଇଆଇଏମଏସ ନିର୍ଦ୍ଦେଶକ ଆଶୁତୋଷ ବିଶ୍ୱାସଙ୍କ ନେତୃତ୍ୱରେ ଏହି ପ୍ରତିନିଧି ଦଳ ଜ଼ିଲ୍ଲା ମୂଖ୍ୟ ଚିକିତ୍ସାଳୟ ସମେତ ବିଭିନ୍ନ ସ୍ୱାସ୍ଥ୍ୟ କେନ୍ଦ୍ରରେ ରୋଗୀଙ୍କ ସହ ଆଲୋଚନା କରିଛନ୍ତି । ଜିଲ୍ଲାରେ ଚିକିତ୍ସା ବ୍ୟବସ୍ଥା କିଭଳି ଗ୍ରହଣ କରାଯାଇଛି ସେ ନେଇ ସ୍ୱାସ୍ଥ୍ୟ ବିଭାଗ ସହ ଆଲୋଚନା କରିଥିଲେ । ପାଣିରୁ ସଂକ୍ରମଣ ବ୍ୟାପିଥିବା କହିଛନ୍ତି କେନ୍ଦ୍ରୀୟ ଦଳ।