ବ୍ୟାପୁଛି ଡାଇରିଆ, ସ୍କୁଲ ଛୁଟି ବଢ଼ାଇଲେ ଜିଲ୍ଲାପାଳ

୨୪ ଯାଏଁ ଯାଜପୁର, ୨୧ ଯାଏଁ ଭଦ୍ରକରେ ସ୍କୁଲ ବନ୍ଦ

ଯାଜପୁରରେ ଜିଲ୍ଲାରେ ସମସ୍ତ ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ର ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ବନ୍ଦ । ଜିଲ୍ଲାରେ ହଇଜା ଓ ଝାଡ଼ାବାନ୍ତି ସଂକ୍ରମଣ ରୋକିବା ପାଇଁ ଯାଜପୁର ଜିଲ୍ଲାପାଳଙ୍କ ଏଭଳି ନିଷ୍ପତ୍ତି । ବନ୍ଦ ସମୟରେ ବିଦ୍ୟାଳୟକୁ ଶିକ୍ଷକ ଶିକ୍ଷୟତ୍ରୀମାନଙ୍କୁ ଯିବାକୁ ନିର୍ଦ୍ଦେଶ । ଏଥିସହ ଏହି ଛୁଟି ସମୟରେ ସମସ୍ତ ବିଦ୍ୟାଳୟରେ ପାନୀୟ ଜଳ ବିଷୋଧନ କରାଯିବ । ପରେ ନମୁନା ସଂଗ୍ରହ କରାଯାଇ ପରୀକ୍ଷା କରାଯିବ । ପିଇବା ଉପଯୋଗୀ ନଥିଲେ ଅନ୍ୟ ବ୍ୟବସ୍ଥା କରାଯିବ ବୋଲି ସୂଚନା ଦେଲେ ଜିଲ୍ଲାପାଳ ।

ଭଦ୍ରକ ଜିଲ୍ଲାରେ ଡ଼ାଇରିଆ ସଂକ୍ରମଣକୁ ଦୃଷ୍ଟିରେ ରଖି ଦୁଇ ଦିନ ସ୍କୁଲ ଛୁଟି । ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ସ୍କୁଲ ଛୁଟି ନିର୍ଦ୍ଦେଶ ଦେଲେ ଜିଲ୍ଲାପାଳ । ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଓ କଲେଜଗୁଡିକୁ ୨୧ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ । ଆସନ୍ତା ୨୩ ତାରିଖରେ ଜିଲ୍ଲାରେ ଖୋଲିବ ସ୍କୁଲ ଓ କଲେଜ । ଏହି ସମୟରେ ସ୍କୁଲ ଗୁଡିକର ପରିବେଶକୁ ସଫା ସୁତୁରା ରଖିବା ସହିତ ପାନୀୟ ଜଳ ବ୍ୟବସ୍ଥାକୁ ବିଶୋଧନ କରି ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ । ଆଜି କେନ୍ଦ୍ରୀୟ ଟିମ୍ ଭଦ୍ରକ ଜିଲ୍ଲା ଗସ୍ତ କରି ସମୀକ୍ଷା କରିଥିଲେ । ଏହାପରେ ଜିଲ୍ଲାପାଳଙ୍କ ସହ ଜିଲ୍ଲାରେ ଡାଇରିଆ ସ୍ଥିତିନେଇ ସମୀକ୍ଷା କରିଥିଲେ ।