ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମରେ ଯୋଗ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମରେ ଯୋଗ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମରେ ଯୋଗ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗ କରିଛନ୍ତି ମୁଖ୍ୟମନ୍ତ୍ରୀ । କଳିଙ୍ଗ ଷ୍ଟାଡିୟମରେ ପାଳିତ ହୋଇଛି ରାଜ୍ୟ ସ୍ତରୀୟ କାର୍ଯ୍ୟକ୍ରମ । ଯୋଗ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଭାରତର ସଂସ୍କୃତିର ଏକ ଅବିଚ୍ଛେଦ୍ୟ ଅଙ୍ଗ ହେଉଛି ଯୋଗ । ଯୋଗ ଦ୍ୱାରା ସବୁ ସମ୍ଭବ ହେବ । ପିଲାଠାରୁ ବୟସ୍କ ଯାଏଁ ସଭିଏ ଯୋଗ କରନ୍ତି । କାହିଁକି ନା ଯୋଗ ଦ୍ୱାରା ଏକାଗ୍ରତା ଓ ସ୍ଥିରତା ଆସିଥାଏ । ଏହାସହିତ ଲୋକଙ୍କୁ ଚାପମୁକ୍ତ ରଖିଥାଏ ଯୋଗ । ଆଗକୁ ବିଦ୍ୟାଳୟରେ ଯୋଗ ଶିକ୍ଷାକୁ ସାମିଲ କରାଯିବ ।୨୦୧୫ରୁ ସାରା ବିଶ୍ୱରେ ଯୋଗ ଦିବସ ଆରମ୍ଭ ହୋଇଥିଲା । ସଂକ୍ରମଣ ସହ ଲଢିବା ପାଇଁ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ଲକ୍ଷ୍ୟରେ ପ୍ରତିବର୍ଷ ଯୋଗ ଦିବସ ପାଳନ ହେଉଛି ।

୨୦୧୪ ମସିହା ସେପ୍ଟେମ୍ବର ୨୭ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମିଳିତ ଜାତିସଂଘରେ ସାରା ବିଶ୍ୱକୁ ଯୋଗ ଦିବସ ପାଳନ କରିବାକୁ ଆହ୍ୱାନ ଦେଇଥିଲେ । ଏହାପରେ ମାତ୍ର ତିନି ମାସ ମଧ୍ୟରେ ୧୭୫ ଦେଶର ସମର୍ଥନ ସହ ଜୁନ୍‌ ୨୧ ତାରିଖରୁ ସାରା ବିଶ୍ୱରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ହୋଇଆସୁଛି । ୨୦୧୫ ମସିହା ଜୁନ୍‌ ୨୪ ତାରିଖରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଆସୁଛି । ଯାହା ଆଜି ୧୧ ବର୍ଷରେ ପାଦ ଥାପିଛି ।ଏଥିରେ ବାଚସ୍ପତି ସୁରମା ପାଢ଼ୀ, ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସମେତ ବହୁ ନେତା ମନ୍ତ୍ରୀ ଯୋଗ ଦେଇଥିଲେ। ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଓ ବହୁ ପ୍ରଶାସନିକ ଅଧିକାରୀ କାର୍ଯ୍ୟକ୍ରମରେ ସାମିଲ ହୋଇ ଯୋଗ କରିଥିଲେ ।