ଶରଧାବାଲିରେ ଠେଲାପେଲା ଘଟଣାରେ କ୍ଷମା ମାଗିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

କ୍ଷମା ମାଗିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ପୁରୀ ଶରଧାବାଲିରେ ଠେଲାପେଲା ଘଟଣାରେ କ୍ଷମା ମାଗିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରି କ୍ଷମା ମାଗିଛନ୍ତି ମୁଖ୍ୟମନ୍ତ୍ରୀ । ଏ ଘଟଣାରେ  ମୁଁ ଓ ମୋ  ସରକାର କ୍ଷମା ମାଗୁଛୁ ବୋଲି କହିଛନ୍ତି  ମୋହନ ମାଝୀ ।  ଅବହେଳା  ଅକ୍ଷମଣୀୟ ।  ସୁରକ୍ଷା  ଅବହେଳାର ତୁରନ୍ତ ତଦନ୍ତ କରାଯିବ ନେଇ କହିଲେ ମୁଖ୍ୟମନ୍ତ୍ରୀ ।  ସମ୍ପୃକ୍ତ ବ୍ୟକ୍ତିମାନଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଯେଉଁ ଭକ୍ତମାନଙ୍କର ଜୀବନଦୀପ ଶରଧାବାଲିରେ ଲିଭିଯାଇଛି ସେମାନଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ଏହି ଭଳି ଏକ ଦାରୁଣ ଦୁଃଖକୁ ସହିବା ନିମନ୍ତେ ଶକ୍ତି ଦେବାପାଇଁ ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି ମୁଖ୍ୟମନ୍ତ୍ରୀ ।