ରାଜ୍ୟରେ ବଢ଼ିଲାଣି ବାର୍ଡ ଫ୍ଲୁ ଭୟ

ଡେଲାଙ୍ଗରେ ସ୍ପଷ୍ଟ ହେଲା ବାର୍ଡ ଫ୍ଲୁ

ରାଜ୍ୟରେ ବଢ଼ିଲାଣି ବାର୍ଡ ଫ୍ଲୁ ଭୟ । ଡେଲାଙ୍ଗରେ ସ୍ପଷ୍ଟ ହେଲା ବାର୍ଡ ଫ୍ଲୁ। ନମୁନା ପରୀକ୍ଷାରୁ ଆସିଲା ପଜିଟିଭ୍ ରିପୋର୍ଟ। ନH5N1 ଆଭିଏନ୍‌ ଇନ୍‌ଫ୍ଲୁଏଞ୍ଜା ଭାଇରସ୍ ପଜିଟିଭ୍ । ଡେଲାଙ୍ଗର ବଡ଼ା ଆଙ୍କୁଲା ଗାଁ ଭାଇରସ୍‌ର ଏପିସେଣ୍ଟର୍ । ଏପିସେଣ୍ଟର୍‌ର ଏକ କିଲୋମିଟର ମଧ୍ୟରେ ହେବ କିଲିଂ । କିଲିଂ କେନ୍ଦ୍ରରୁ ୧୦ କି.ମି ମଧ୍ୟରେ ନଜର ରଖାଯିବ । ସଂକ୍ରମିତ ସ୍ଥାନରୁ ୧୦ କି.ମି ମଧ୍ୟରେ କୁକୁଡ଼ା ଦୋକାନ ବନ୍ଦ ରହିବ । ସୂଚନା ଅନୁସାରେ ଦୁଇ ଦିନ ତଳେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ କହିଥିଲେ ଯେ ଡେଲାଙ୍ଗ ଅଞ୍ଚଳରେ ପ୍ରାୟ ୩ ହଜାର କୁକୁଡ଼ା ମରିଛନ୍ତି । ଭେଟେରିନାରୀ ବିଭାଗ ନମୁନା ସଂଗ୍ରହ କରିଛି । ଜନସ୍ୱାସ୍ଥ୍ୟ ଟିମ ଡେଲାଙ୍ଗରେ ବୁଲୁଛନ୍ତି । ଯେଉଁ ଫାର୍ମରେ ଯିଏ କାମ କରୁଥିଲେ, ସେମାନଙ୍କ ଘରକୁ ଯାଇ ଥଣ୍ଡା ଜ୍ୱର ସର୍ଭେ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା । ପ୍ରତିବର୍ଷ ବାର୍ଡ ଫ୍ଲୁ ଚିହ୍ନଟ ପରେ ଅନେକ କୁକୁଡ଼ା ଚାଷୀଙ୍କ ଫାର୍ମ ଖାଲି ହୋଇଯାଇଛି ।