ସକାଳ ୬ ରୁ ସନ୍ଧ୍ୟା ୬ ଯାଏଁ ସମସ୍ତ ପେଟ୍ରୋଲ ପମ୍ପ ବନ୍ଦ

ଆଜି ରାଜ୍ୟର ସମସ୍ତ ପେଟ୍ରୋଲ ପମ୍ପ ବନ୍ଦ

ଆଜି ରାଜ୍ୟର ସମସ୍ତ ପେଟ୍ରୋଲ ପମ୍ପ ବନ୍ଦ ରହିବ ।  ଏହି ସୂଚନା ଦେଇଛନ୍ତି  ଅଲ୍ ଓଡିଶା ପେଟ୍ରୋଲ ଡିଲର ଆସୋସିଏସନ୍ ସଭାପତି ଶଶାଙ୍କ ଶେଖର ସାହୁ। ସୁରକ୍ଷା ଦୃଷ୍ଟି ରୁ ସକାଳ ୬ ରୁ ସନ୍ଧ୍ୟା ୬ ଯାଏଁ ସମସ୍ତ ପେଟ୍ରୋଲ ପମ୍ପ ବନ୍ଦ ରହିବ । ଆସୋସିଏସନ ନୀତିଗତ ଭାବରେ ନିଷ୍ପତ୍ତି ନେଇଛି । ବ୍ୟବସାୟରେ ୧୦୦ କୋଟିରୁ ଊର୍ଦ୍ଧ୍ବ ଟଙ୍କା କ୍ଷତି ହେବ। ୩ଟି ଡିପୋ ସହ ରାଜ୍ୟରେ ଥିବା ୩ ହଜାରରୁ ଉର୍ଦ୍ଧ୍ବ ପେଟ୍ରୋଲ ପମ୍ପ ବନ୍ଦ ରହିବ ବୋଲି ପେଟ୍ରୋଲ ଡିଲର ଆସୋସିଏସନର ରାଜ୍ୟ ସଭାପତି ଶଶାଙ୍କ ଶେଖର ସାହୁ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ଏହା ପରେ ସମସ୍ତ ପେଟ୍ରୋଲ ପମ୍ପ ଖୋଲିବ ।ଫକୀର ମୋହନ ମହାବିଦ୍ୟାଳୟର ଛାତ୍ରୀଙ୍କ ମୃତ୍ୟୁ ପରେ ରାଜ୍ୟ ରାଜନୀତି ଜୋର୍‌ ଧରିଥିବା ବେଳେ କଂଗ୍ରେସ ପକ୍ଷରୁ ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ବନ୍ଦକୁ କଂଗ୍ରେସ ସମେତ ସମସ୍ତ ବାମପନ୍ଥୀ ଦଳ ସିପିଆଇ, ସିପିଆଇ(ଏମ୍‌), ସିପିଆଇ(ଏମ୍ଏଲ), ଅଲ୍ ଇଣ୍ଡିଆ ଫରୱାର୍ଡ ବ୍ଲକ୍, ଏନ୍‌ସିପି, ଏସ୍‌ପି ଓ ଆର୍‌ଜେଡି ଦଳ ସମର୍ଥନ ଜଣାଇଛନ୍ତି। ବନ୍ଦ ଯୋଗୁଁ ଗୁରୁବାର ବିଦ୍ୟାଳୟ, କଲେଜ ଓ ଦୋକାନ ବଜାର ବନ୍ଦ ରଖିବାକୁ ନିଷ୍ପତ୍ତି ହୋଇଛି।