ଆସନ୍ତାକାଲି ଚିତାଲାଗି ଅମାବାସ୍ୟା

କାଲି ୪ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର

ଆସନ୍ତାକାଲି ଚିତାଲାଗି ଅମାବାସ୍ୟା ଏଥିପାଇଁ ୪ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର । ଶ୍ରୀବିଗ୍ରହଙ୍କ ଚିତାଲାଗି ନୀତି କାରଣରୁ ସାଧାରଣ ଦର୍ଶନ ବନ୍ଦ ରହିବ । ଅପରାହ୍ଣ ୨ଟା ୩୦ରୁ ସଂଧ୍ୟା ୬ଟା ୩୦ ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ । ଆସନ୍ତାକାଲି ମହାପ୍ରଭୁଙ୍କ ମସ୍ତକରେ ସୁବର୍ଣ୍ଣ ଚିତା ଲାଗି ହେବ। ଭୋଗ ମଣ୍ଡପ ଶେଷ ପରେ ଠାକୁରଙ୍କ ଏହି ସ୍ୱତନ୍ତ୍ର ନୀତି ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି । ଶ୍ରାବଣ ମାସର ଚିତାଲାଗି ଅମାବାସ୍ୟା ତିଥିରେ ପରମ୍ପରା ଅନୁସାରେ ଦଇତାପତିମାନେ ମହାପ୍ରଭୁଙ୍କ ମସ୍ତକରୁ ସ୍ନାନପୂର୍ଣ୍ଣିମା ଦିନ ଖୋଲାଯାଇଥିବା ରତ୍ନ ଚିତାକୁ ଦଇତାପତିମାନେ ଏହି ଦିନ ଲଗାଇଥାନ୍ତି । ଜଗନ୍ନାଥଙ୍କୁ ଶୁଭ୍ର ହୀରା ,ବଳଭଦ୍ରଙ୍କୁ ନୀଳା ଓ ସୁଭଦ୍ରାଙ୍କୁ ଦୁର୍ମୂଲ୍ୟ ପାନ୍ନା ଖଚିତ ରତ୍ନଚିତା ଲାଗି ହେବ ।