ରାଜ୍ୟର ୩୦ଟି ଜିଲ୍ଲାରେ ହେବ ୩୮ଟି ମଡେଲ୍ ମଣ୍ଡି: ସମବାୟ ମନ୍ତ୍ରୀ
ଆସନ୍ତା ବର୍ଷ ସୁଦ୍ଧା ରାଜ୍ୟରେ ଖୋଲିବ ମଡେଲ୍ ମଣ୍ଡି । ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତଙ୍କ ସୂଚନା। ରାଜ୍ୟର ୩୦ଟି ଜିଲ୍ଲାରେ ହେବ ୩୮ଟି ମଡେଲ୍ ମଣ୍ଡି । ଆବଶ୍ୟକତା ଦେଖି ବଡ଼ ଜିଲ୍ଲାରେ ୨ଟି ମଣ୍ଡି ହେବ । ମଡେଲ୍ ମଣ୍ଡିରେ ରହିବ ବିଶ୍ରାମଗାର ଓ ଟିଫିନ୍ ସେଣ୍ଟର । ପାନୀୟ ଜଳ, ଶୌଚାଳୟ ଓ ପାର୍କିଂ ସୁବିଧା ବି ରହିବ । ମୁଖ୍ୟମନ୍ତ୍ରୀଙ୍କୁ ପ୍ରସ୍ତାବ ଦିଆଯାଇଥିବା କହିଲେ ସମବାୟ ମନ୍ତ୍ରୀ ।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ମଡେଲ ମଣ୍ଡି ସ୍ଥାପନ ସଂପର୍କରେ ସମୀକ୍ଷା କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଚାଷୀମାନଙ୍କ ସୁବିଧା ସହ ମଣ୍ଡିରେ ଉତ୍ତମ ବ୍ୟବସ୍ଥା ଉପରେ ଗୁରୁତ୍ୱ ଦେଇଛନ୍ତି।

Nice post! 1754807370